ଲକ୍‌ ଡାଉନ୍‌ ବେଳେ ଦେଶୀ ମଦ ଜବତ: ୧୧ ଗିରଫ

ପାଇକମାଲ, ୧୯।୪ (ଡି.ଏନ.ଏ.)- ପାଇକମାଲ ପୋଲିସ ୩ଟି ସ୍ଥାନରୁ ଚଢ଼ାଉ କରି ୧୭୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି । ଏହି ଘଟଣାରେ ୧୧ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ପାଇକମାଲ ଥାନା ନିଲାଥର ଗ୍ରାମର ଆନନ୍ଦ ସାହୁ (୨୪), କେନାବୁଦା ଗ୍ରାମର ଶ୍ୟାମସୁନ୍ଦର ଧରୁଆ (୫୬),ଝାରବନ୍ଧ ବ୍ଲକ ତୁର୍ଲା ଗ୍ରାମର ପଞ୍ଚାନନ ବେହେରା (୩୦),ଖଗେଶ୍ୱର ବେହେରା (୨୪), ଲହଙ୍ଗିର ଗ୍ରାମର ଅକ୍ଷୟ ସାହୁ (୩୫), ରୋହିତ ଛତ୍ରିଆ (୨୫), ଫେଜରପୁର ଗ୍ରାମର ରମାକାନ୍ତ ସାହୁ (୩୫), ମାୟାରାମ ସୋନି (୩୩), ସୁରେଶ ଲୁହାର (୩୭), ବଇଦପାଲିର ଦିନେଶ ଭୋଇ (୧୯), ନିର୍ମଳ ପ୍ରଧାନ (୨୬)। ଦେଶୀ ମଦ ଭାଟି ବନ୍ଦ ଓ ଲକ୍‌ ଡାଉନ ଯୋଗୁ ରାତ୍ରିରେ ଅଭିଯୁକ୍ତମାନେ ଫେଜରପୁର ଅଞ୍ଚଳରେ ଦେଶୀ ରନ୍ଧାମଦ କାରବାର ଚଳାଇଥିଲେ । ଏ ନେଇ ୩ଟି ମାମଲା(ନଂ. ୬୧/୬୨/୬୩/୨୦୨୦) ରୁଜୁ ହୋଇଛି । ସେମାନଙ୍କ ପାଖରୁ ୧୭୦ ଲିଟର ଦେଶୀ ରନ୍ଧା ମଦ, ୭ଟି ବାଇକ, ଟ୍ୟୁବ୍‌, ପ୍ଲାଷ୍ଟିକ ଡ୍ରମ, ପଲିଥିନ ବ୍ୟାଗ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri