ଲଗାଣ ବର୍ଷାରେ କାନ୍ଥ ଭୁଶୁଡିଲା: ଜଣେ ମୃତ, ୨ ଗୁରୁତର

ଜଳେଶ୍ୱର, ୨୫।୧୦-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ୩ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତର ଭଦୁଆ ଗ୍ରାମରେ ଗୁରୁବାର ରାତିରେ ରବିନାରାୟଣ ବାରିକ(୩୩)ଙ୍କ ଘର କାନ୍ଥ ଭୁଶୁଡି ପଡିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ଘରେ ସ୍ତ୍ରୀ ସୁମିତ୍ରା (୨୮) ଓ ଝିଅ ଶୁଭଲକ୍ଷ୍ମୀ (୪)ଙ୍କ ସହିତ ଶୋଇଥିବା ବେଳେ କାନ୍ଥ ପଡ଼ିଯାଇଥିଲା। ଗ୍ରାମବାସୀ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲେ। ସେଠାରେ ଡାକ୍ତର ରବିନାରାୟଣଙ୍କୁ ମୃତ ଘୋଷଣା କରିଥିଲେ। ଏବେ ମା’ ସୁମିତ୍ରା ଓ ଝିଅ ଶୁଭଲକ୍ଷ୍ମୀ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି।
ଗ୍ରାମବାସୀ ମୃତକଙ୍କ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି। ଜଳେଶ୍ୱର ବ୍ଲକର ନାମ୍ପୋ, ଖାଲିନା, ସିମିଳିଆ, ସୁଗୋ, ବାଣିଦା, ନେତୁଆ, ପଶ୍ଚିମବାର୍ଡ଼, କାଳିକାପୁର, ବାଇଗଣବାଡ଼ିଆ, ଦେବକୁମାର, ଆରୁହା, ସରସିଦା, ରାୟାରାମଚନ୍ଦ୍ରପୁର, ମାଳଗଡ଼ିଆ, ଶିଖରପୁର, ଗୁରୁଦାସପୁର, ମାଳିପାଳ, ଦକ୍ଷିଣ ପ୍ରହରାଜପୁର, ବେହେରାସାହି, ଖୁଦିଆମାଝିସାହି, ଓଲମରା, ମାକିଡ଼ିଆ, ହାତିଗଡ, କୁଆଡ଼ ଆଦି ଗ୍ରାମରେ ନାହିଁ ନ ଥିବା ଦୁର୍ଦ୍ଦଶାରେ ରହିଛନ୍ତି। ଜଳେଶ୍ୱର ମ୍ୟୁନିସିପାଲିଟିର ବହୁ ୱାର୍ଡ଼ରେ ରାସ୍ତା ବୁଡ଼ି ଯିବା ସହ ତଳିଆ ଅଞ୍ଚଳର ଲୋକମାନଙ୍କର ଘରେ ପାଣି ପଶି ଯାଇଥିବା ଦେଖିବାକୁ ମିଳିଛି। ପୌରାଞ୍ଚଳର ରାଜପୁର, ଶେକବାଡ଼, ପଥରପୁରା, ଶାସନବାଡ଼, ପଞ୍ଚୁଘଣ୍ଟା, ଶାନ୍ତିଆ, ଦେଉଳି ପଞ୍ଚୁଘଣ୍ଟା, ନନ୍ଦିକା, ଅଲାଲପୁର, ନହଞ୍ଜରା ପ୍ରଭୃତି ଗ୍ରାମରେ ରାସ୍ତାଘାଟ ବୁଡ଼ି ଯିବା ସହ ଲୋକମାନେ ପାଣି ଘେରରେ ରହିଥିବା ଦେଖାଯାଇଛି। ପାଣି ଘେରରେ ଥିବା ଲୋକମାନେ ତୁରନ୍ତ ସରକାରୀ ସାହାଯ୍ୟ ପାଇଁ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri