ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡ଼ିଲା: ସ୍ବାମୀ ମୃତ; ସ୍ତ୍ରୀ,ଜ୍ୱାଇଁ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୨୫ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ମିଶ୍ରମାଳରେ ଲଗାଣବର୍ଷା ଯୋଗୁ ଘରର କାନ୍ଥ ଭୁଶୁଡ଼ି ପଡିବାରୁ ସେଥିରେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଛି ା ମୃତକଙ୍କ ସ୍ତ୍ରୀ ଓ ଜ୍ୱାଇଁ ଆହତ ହୋଇଛନ୍ତି ା ଉଭୟଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ତେନ୍ତଳାପଶି ମିଶ୍ରମାଳ ଗ୍ରାମର ମକରା ମୁଣ୍ଡା, ତାଙ୍କ ସ୍ତ୍ରୀ ସୋମବାରୀ ମୁଣ୍ଡା ଏବଂ ଜ୍ୱାଇଁ ସମା ମୁଣ୍ଡାଙ୍କ ସମେତ ପରିବାର ଲୋକେ ବୁଧବାର ରାତିରେ ଖାଇ ସାରିବା ପରେ ଘରେ ଶୋଇଥିଲେ। ଲଗାଣବର୍ଷା ଲାଗି ରହିଥିଲା। ବିଳମ୍ବିତ ରାତିରେ ସେମାନେ ଶୋଇଥିବା କଚ୍ଚା ଘରର କାନ୍ଥ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଥିଲା। ଘରେ ଶୋଇଥିବା ମକରା, ସୋମବାରୀ ଓ ସମା ମୁଣ୍ଡାଙ୍କ ଉପରେ କାନ୍ଥ ଚାପି ହୋଇଯାଇଥିଲା। ମକରାଙ୍କ ପୁଅ କରମୁ ମୁଣ୍ଡା ଓ ପଡୋଶୀମାନେ ଗୁରୁତର ଅବସ୍ଥାରେ ୩ ଜଣଙ୍କୁ କାନ୍ଥ ତଳୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତରଖାନା ପହଞ୍ଚିବା ପୂର୍ବରୁ ମକରାଙ୍କ ବାଟରେ ମୃତ୍ୟୁ ହୋଇସାରିଥିଲା ା ସୋମବାରୀ ଏବଂ ସମା ମୁଣ୍ଡା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।
ସୂଚନାଯୋଗ୍ୟ, ମକରା ମୁଣ୍ଡା ଗରୀବ ଓ ବିପିଏଲ୍‌ ବର୍ଗର ହୋଇଥିବାବେଳେ ଖଣ୍ଡିଏ ଆବାସ ଘର ପାଇବା ପାଇଁ ଅନେକ ଦିନ ହେବ ପଞ୍ଚାୟତ ଓ ବ୍ଲକ କାର୍ଯ୍ୟାଳୟ ଏପରିକି ଜିଲାପାଳଙ୍କ ଅଭିଯୋଗ ଶୁଣାଣିକୁ ଆସି ନିବେଦନ କରିଥିଲେ ା ତଥାପି ତାଙ୍କୁ ଘର ଖଣ୍ଡିଏ ମିଳି ନ ଥିଲା। ଏଇ ଅଳ୍ପଦିନ ତଳେ ସୌଭାଗ୍ୟବଶତଃ ମକରାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ମିଳିଥିଲା। ସେ ଘର କରିବା ପୂର୍ବରୁ ଏଭଳି ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି ା ପୂର୍ବରୁ ଯଦି ତାଙ୍କୁ ପକ୍କା ଘରଟିଏ ମିଳିଥାଆନ୍ତା ତେବେ ଆଜି ମକରା ବଞ୍ଚି ଥାଆନ୍ତେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି ା ପଣ୍ଡାପଡା ଥାନା ଆଇଆଇସି ପଦ୍ମାଳୟା ସାହୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ା ଏ ନେଇ ଏକ ଅପମୃତ୍ୟୁ ମାମଲା (ନଂ.୧୯/୨୦୧୯) ରୁଜୁ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?