ଲଗାଣ ବର୍ଷାରେ ଚାଷୀ ବେହାଲ

କେନ୍ଦ୍ରାପଡ଼ା ଅଫିସ, ୨୬।୪-ଗତ ୩ ଦିନ ଧରି କେନ୍ଦ୍ରାପଡ଼ା ଜିଲାରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଜିଲାର ଚାଷୀଙ୍କ ପନିପରିବା ଓ ରବି ଫସଲ ଉଜୁଡ଼ି ଯାଇଛି। କରୋନା ମହାମାରୀ ପାଇଁ ତାଲାବନ୍ଦ ଯୋଗୁ ଚାଷୀଙ୍କୁ ଉପଯୁକ୍ତ ବଜାର ମିଳୁ ନ ଥିବା ବେଳେ ଲଗାଣ ବର୍ଷା ସେମାନଙ୍କ ଆର୍ଥିକ ମେରୁଦଣ୍ଡଙ୍କୁ ଭାଙ୍ଗି ଦେଇଛି ବୋଲି ଚାଷୀମାନେ ମତ ଦେଇଛନ୍ତି।
ଏ ସମ୍ପର୍କରେ ବଗଡ଼ା ଗ୍ରାମର ଚାଷୀ ଅକ୍ଷୟ କୁମାର ସାମଲ କହିଛନ୍ତି, ଚଳିତ ବର୍ଷ ୪ଏକର ଜମିରେ ପୋଟଳ ଚାଷ କରିଥିଲେ। ଫସଲ ଅମଳ ସମୟରେ ବର୍ଷା ଯୋଗୁ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏଥିସହ ଦେଶରେ ତାଲାବନ୍ଦ ଯୋଗୁ ପୋଟଳ ବିକ୍ରି ହୋଇ ପାରିନାହିଁ। କଂସାର ଗ୍ରାମର ଚାଷୀ ନିରଞ୍ଜନ ପରିଡ଼ା କୁହନ୍ତି ଯେ, ଲଗାଣ ବର୍ଷା ରବି ଫସଲକୁ ନଷ୍ଟ କରିଦେଇଛି। ତାଲାବନ୍ଦ ଯୋଗୁ ଖରିଫ ଧାନ ମଣ୍ଡିରେ ବିକ୍ରି ନ ହୋଇ ପଡିରହିଛି ା ବିରି ଓ ମୁଗ ବିକ୍ରି କରି କିଛି ଟଙ୍କା ଆୟ ପାଇଁ ଚାଷୀମାନେ ଯେଉଁ ଆଶା ବାନ୍ଧିଥିଲେ, ଏହି ଲଗାଣ ବର୍ଷା ଯୋଗୁ ରବି ଫସଲ ବି ଉଜୁଡ଼ି ଗଲା। ଅମଳ ସମୟରେ ବର୍ଷା ଯୋଗୁ ତାଙ୍କର ୨ ଏକର ବିରି ଫସଲ ନଷ୍ଟ ହୋଇଥିବା ନିରଞ୍ଜନ ପ୍ରକାଶ କରିଛନ୍ତି। କୃଷକ ନେତା ଗୟାଧର ଧଳ କହିଛନ୍ତି, ଗତ ୩ ଦିନ ଧରି ଜିଲାରେ ପ୍ରାୟ ୧୦୦ ମିଲିମିଟର ବର୍ଷା ହୋଇଛି। ରବି ଫସଲ ଅମଳ ସମୟରେ ଏହି ବର୍ଷା ହୋଇଥିବାରୁ ବିରି, ମୁଗ, ବାଦାମ ଆଦି ରବି ଫସଲ ନଷ୍ଟ ହୋଇଯାଇଛି। ସେହିପରି ପନିପରିବା ଚାଷ ନଷ୍ଟ ହୋଇଥିବାରୁ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦିଆଯାଉ ବୋଲି ଗୟାଧର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?