ଲଗାଣ ବର୍ଷାରେ ଢେଙ୍କାନାଳ ବେହାଲ

ଢେଙ୍କାନାଳ ଅଫିସ,୨୪ା୧୦-ଢେଙ୍କାନାଳ ଜିଲାରେ ଗତ ଦୁଇଦିନ ଧରି ଲଗାଣବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ଅଞ୍ଚଳ ଜଳମୟ ହୋଇପଡିଛି। ବୁଧବାର ଜିଲାରେ ୩୦୪.୩ ମିିଲିମିଟର ବର୍ଷା ହୋଇଥିବାବେଳେ ହିନ୍ଦୋଳରେ ସର୍ବାଧିକ ୬୬.୨ ମିଲିମିଟର ବର୍ଷା ହୋଇଛି। ସେହିପରି ଗୁରୁବାର ସକାଳ ସାଢେ ୮ଟାରୁ ଅପରାହ୍ନ ୫ଟା ମଧ୍ୟରେ ଜିଲାରେ ମୋଟ ୩୯୫.୭ ମିଲିମିଟର ବର୍ଷା ହୋଇଛି। ତନ୍ମଧ୍ୟରେ ଢେଙ୍କାନାଳ ସଦର ବ୍ଲକ ଓ ପୌରାଞ୍ଚଳରେ ସର୍ବାଧିକ ୭୮.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଗଁଦିଆରେ ୫୬, ଓଡାପଡାରେ ୫୭, ହିନ୍ଦୋଳ ବ୍ଲକ ଓ ଏନ୍‌ଏସିରେ ୬୨, କାମାକ୍ଷାନଗର ବ୍ଲକ ଓ ଏନ୍‌ଏସିରେ ୩୧.୩, ଭୁବନ ବ୍ଲକ ଓ ଏନ୍‌ଏସିରେ ୫୩, ପରଜଙ୍ଗରେ ୩୧ ଓ କଙ୍କଡାହାଡରେ ୨୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଜିଲା ଏବଂ ସହରରେ ଥିବା ସମସ୍ତ ସ୍କୁଲ, ଅଙ୍ଗନୱାଡି କେନ୍ଦ୍ର ଗୁଡିକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବନ୍ଦ ରହିଥିବା ଜରୁରୀ ଓ ଆପାତ୍ତକାଳିନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର ସୂଚନା ଦେଇଛନ୍ତି। ସେହିପରି ବର୍ଷା ଯୋଗୁ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଯାଇଥିବା କଂକ୍ରିଟ ରାସ୍ତା, ଗୋପବନ୍ଧୁ ବଜାରସ୍ଥିତ ସହରର ପ୍ରମୁଖ ରାସ୍ତା ଏବଂ ବିଭିନ୍ନ ଅଞ୍ଚଳ ଜଳମୟ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଲକ୍ଷ୍ମୀପୂଜା ଅବସରରେ ଢେଙ୍କାନାଳକୁ ବ୍ୟବସାୟ ପାଇଁ ଆସିଥିବା ଉଠା ଦୋକାନୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିବା ଦେଖିବାକୁ ମିଳିଥିଲା।
ଫଟୋ-


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri