ଶେରଗଡ଼,୬ା୯(ଡି.ଏନ୍.ଏ.)- ଶେରଗଡ଼ରେ ବୁଧବାର ରାତିରୁ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ନନ୍ଦିନୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଉପଯୁକ୍ତ ଡ୍ରେନେଜ୍ ବ୍ୟବସ୍ଥା ନ ଥିବାରୁ ଶେରଗଡ଼ ଓ ଆଖପାଖ ଗ୍ରାମ ବିଲମାଳରେ ବର୍ଷାପାଣି ବଢିବାରେ ଲାଗିଛି। କିଛିଦିନ ତଳେ ଶେରଗଡ଼ ଅଞ୍ଚଳରେ ବର୍ଷାପାଣି ଯିବା ପାଇଁ ଯେଉଁ ନାଳ ତିଆରି ହୋଇଥିଲା ସେଥିରେ ପାଣି ନିଷ୍କାସିତ ହେବା ବଦଳରେ ନଦୀପାଣି ଓଲଟା ଆସୁଛି। ଶେରଗଡ଼ ବଡ଼ଦାଣ୍ଡ ସାହି, ବାଲିସାହି, ବାଇପାସ, ତୋଟା ସାହି, ଧୋବାସାହି ଲୋକମାନେ ଏକ ପ୍ରକାର ଆତଙ୍କିତ ହୋଇ ରହିଛନ୍ତି। ଏପରି ବର୍ଷା ଲାଗି ରହିଲେ ନିଶ୍ଚିତ ଭାବରେ ଶେରଗଡ଼ରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ ଓ ଏହିସବୁ ସାହି ବାସିନ୍ଦା ଜଳବନ୍ଦୀ ହୋଇଯିବେ। ଶେରଗଡ଼ ଅଞ୍ଚଳରେ ଡ୍ରେନେଜ୍ ବ୍ୟବସ୍ଥାରେ ସୁଧାର ଓ ଜଳ ନିଷ୍କାସନ ପାଇଁ ପୂର୍ତ୍ତ, ନାଳ ନର୍ଦ୍ଧମା, ଜାତୀୟ ରାଜପଥ, ଗ୍ରାମ୍ୟ ଉନ୍ନୟନ ଆଦି ବିଭାଗର ଅଧିକାରୀଙ୍କୁ ନେଇ ବାରମ୍ବାର ବୈଠକ ବସିଥିଲେ ମଧ୍ୟ ବିଫଳ ହୋଇଛି। ତୁରନ୍ତ ପଦକ୍ଷେପ ନେବାକୁ କୁମାର ସ୍ବାମୀ ଆଚାରି କହିଛନ୍ତି। ନାଳ ତିଆରିକୁ ନେଇ ପୂର୍ତ୍ତ ବିଭାଗ ଓ ଜାତୀୟ ରାଜପଥ ବିଭାଗ ମଧ୍ୟରେ ଟଣା ଓଟରା ଲାଗିଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ଯନ୍ତ୍ରୀ ବନୋଜ କାନ୍ତ ସେଠି କୁହନ୍ତି, ଶେରଗଡ଼ ନନ୍ଦିନୀ ନଦୀରେ ସଂଯୋଗ ହେଉଥିବା ନାଳ ଆମର ନୁହେଁ। ସେହିପରି ଜାତୀୟ ରାଜପଥ ବିଭାଗର ଯନ୍ତ୍ରୀ ପ୍ରୟାଗରାଜ ପାର୍ଥସାରଥୀ କୁହନ୍ତି, ନାଳ ତିଆରି ହୋଇଥିଲା। କିନ୍ତୁ ଉକ୍ତ ନାଳରେ ବହୁତ ଆବର୍ଜନା ପଡିବା ଦ୍ୱାରା ଜଳ ନିସ୍କାସନରେ ବାଧା ସୃଷ୍ଟି ହୋଇଛି। ଖୁବ୍ଶୀଘ୍ର ଏହାକୁ ଓସାରିଆ କରାଯିବ।
Posted inଆମ ଜିଲା ଖବର, ଗଞ୍ଜାମ View All
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
ବର୍ଷାରେ ଧସିଲା ଗାର୍ଡ଼ ୱାଲ୍, ନଦୀକୂଳ ବାସୀ ଭୟଭିତ
ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍ ଗେଟର ଗାର୍ଡ ୱାଲ୍ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…
ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…
ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…
Archives

