ରାଜଗାଙ୍ଗପୁର/କୁତ୍ରା, ୨୪।୧୦ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ରାଜଗାଙ୍ଗପୁର ଓ କୁତ୍ରା ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଫସଲହାନୀ ସମ୍ଭାବନାକୁ ନେଇ ଚାଷୀ ଚିନ୍ତାରେ ଥିବା ଜଣାପଡିଛି। ଏବର୍ଷ ବର୍ଷା ପାଇଁ ଚାଷୀ, ଚାଷ କାର୍ଯ୍ୟକୁ ନେଇ ଆରମ୍ଭରୁ ଚିନ୍ତାରେ ରହିଅଛି। ଚାଷ ଆରମ୍ଭରେ ବର୍ଷା ବିଳମ୍ବରେ ହୋଇଥିଲା। ଫଳରେ ଧାନ ଚାଷୀ ବହୁମାତ୍ରାରେ ଚାପଗ୍ରସ୍ତ ରହୁଥିଲେ। ହେଲେ ବିଳମ୍ବରେ ହେଲେ ମଧ୍ୟ ଭଲ ବର୍ଷା ହେବାରୁ ଧାନ ଚାଷୀ ମନରେ ଆନନ୍ଦ ଭରି ଦେଇଥିଲା। ଖେତରେ ଧାନ ଫସଲ ଦେଖି ଚାଷୀ ଭଲ ଅମଳକୁ ନେଇ ଖୁସିରେ ରହୁଥିଲେ। ହେଲେ ବୁଧବାର ଅପରାହ୍ନଠାରୁ କୁତ୍ରା ଓ ରାଜଗାଙ୍ଗପୁର ଅଞ୍ଚଳରେ ଆରମ୍ଭ ହୋଇଥିବା ଲଘୁଚାପ ବର୍ଷା ୨ ରୁ ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଜାଣିବା ପରେ ଏହି ଅଞ୍ଚଳର ଚାଷୀ ଚିନ୍ତିତ ହୋଇପଡ଼ିଛନ୍ତି। ଅଧିକାଂଶ ଜମିରେ ଧାନ ଫସଲ ପାଚି ଯାଇଛି। ଏହି ଲଗାଣ ବର୍ଷା ଓ ପବନ ଯୋଗୁ ପାଚିଲା ଧାନଗଛଗୁଡିକ ଧାନ ଖେତରେ ପଡି ପାଣିରେ ବୁଡି ରହିଛି। ଯଦି ବର୍ଷା ଦୁଇ ଦିନ ଧରି ଲାଗି ରହେ ତା’ହେଲେ ଧାନ ଖେତରେ ହିଁ ଖରାପ ହେବାର ସମ୍ଭାବନା ରହିଛି। ଚାଷୀ ଅମଳ କରିଥିବା ଧାନଗୁଡିକ ଖଳାରେ ପଡି ରହିଥିବାରୁ ବର୍ଷା ଯୋଗୁ ଏହି ଧାନଗୁଡିକ ଖରାପ ହେବାର ସମ୍ଭାବନାକୁ ଦେଖି ପୁଣି ଚିନ୍ତାରେ ରହୁଛନ୍ତି। ଏହାଛଡା କୁତ୍ରା ଓ ରାଜଗାଙ୍ଗପୁରର ବହୁ ଅଞ୍ଚଳରେ ଚାଷୀମାନେ ପରିବା ଚାଷ କରିଥିବାବେଳେ ଲଗାଣ ବର୍ଷା ଯୋଗୁ ତାହା ମଧ୍ୟ ପ୍ରଭାବିତ ହୋଇଛି। ଲଗାଣ ବର୍ଷା ଯୋଗୁ ରାଜଗାଙ୍ଗପୁର ଓ କୁତ୍ରା ଅଞ୍ଚଳରେ ଲୋକେ ଘରୁ ବାହାରି ପାରୁ ନ ଥିବା ଦେଖିବାକୁ ମିଳୁଛି। ବଜାରଘାଟ ଜନଗହଳି ନ ଥିବା ଦେଖିବାକୁ ମିଳିଛି।
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
Archives


