ଲଘୁଖଣିଜ ସମ୍ପଦ ଲୁଟ୍‌ ନେଇ ଜିଲାପାଳଙ୍କୁ ଭେଟିଲା ଭାଜପା

ବାରିପଦା ଅଫିସ, ୧୦ା୬- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ସମ୍ପଦ ଭରପୁର ଥିବା ବେଳେ ଏହାର ଠିକ୍‌ ଭାବରେ ଉପଯୋଗ କରା ନ ଯିବାରୁ ମାଫିଆମାନେ ଲୁଟ କରି ଚାଲିଛନ୍ତି। ଜିଲାର ୨୬ଟି ତହସିଲ ରହିଥିବା ବେଳେ ରାସଗୋବିନ୍ଦପୁର, ମୋରଡ଼ା, ଶୁଳିଆପଦା,ସାରସକଣା, ବାଙ୍ଗିରିପୋଷି, ଶ୍ୟାମାଖୁଣ୍ଟା, ବେତନଟୀ ଓ ବଡ଼ସାହି ତହସିଲ ଅଧୀନରେ ଥିବା ବାଲି ସୈରାତ, ମୋରମ ଖାଦାନ ଏବଂ ଚିପସ୍‌ ଶାସକ ଦଳର ମାଫିଆମାନଙ୍କ ଦ୍ୱାରା ଲୁଟ୍‌ କରାଯାଇ ପଶ୍ଚିମବଙ୍ଗ ଏବଂ ପଡ଼ୋଶୀ ବାଲେଶ୍ୱର ଜିଲାର ବିଭିନ୍ନ ଅଞ୍ଚଳକୁ ଚାଲାଣ କରାଯାଉଛି। ଏହିଭଳି ଚୋରା ଚାଲାଣ ଦ୍ୱାରା କୋଟି କୋଟି ଟଙ୍କା ରାଜସ୍ବହାନି ହେଉଥିବା ନେଇ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ମଙ୍ଗଳବାର ଭାଜପାର ଏକ ପ୍ରତିନିଧି ଦଳ ଭେଟି ଜଣାଇଛନ୍ତି। ଭାଜପା ପକ୍ଷରୁ କୁହାଯାଇଛି ଯେ, ମୟୂରଭଞ୍ଜ ରାଜସ୍ବ ମନ୍ତ୍ରୀଙ୍କ ଜିଲା ହୋଇଥିବା ବେଳେ ପ୍ରଶାସନକୁ ହାତବାରସି କରି ସାରା ଜିଲାରେ ମାଫିଆମାନେ ଏହିଭଳି ଲୁଟ୍‌ କରୁଛନ୍ତି। ଏ ଦିଗରେ ଜିଲା ପ୍ରଶାସନ ଦୃଢ଼ ପଦକ୍ଷେପ ନେଇ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ଦାବି କରିଛି। ଯଦି କାର୍ଯ୍ୟାନୁଷ୍ଠାନ ନ ହୁଏ ତାହେଲେ ଆଗାମୀ ଦିନରେ ଭାଜପା ଜିଲାବ୍ୟାପୀ ଜନ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି। ଜିଲା ସଭାପତି କାନ୍ଦ୍ରା ସୋରେନ୍‌ଙ୍କ ନେତୃତ୍ୱରେ ଭାଜପାର ଏହି ପ୍ରତିନିଧି ଦଳରେ ମୟୂରଭଞ୍ଜ ଏମ୍‌ପି ବିଶେଶ୍ୱର ଟୁଡ଼ୁ, ପୂର୍ବତନ ଜିଲା ସଭାପତି ଡା. କୃଷ୍ଣଚନ୍ଦ୍ର ମହାପାତ୍ର, ସାରସକଣା ବିଧାୟକ ଡା, ବୁଢାନ ମୁର୍ମୁ, ସଞ୍ଜୀବ ମହାନ୍ତି, ପ୍ରଦୀପ କୁମାର ମହାନ୍ତ, ତପନ କୁମାର ହାବେଡ଼ , ଦିନଶେ ଦାସଙ୍କ ସମେତ ଏକାଧିକ ଭାଜପା ନେତା ଜିଲାପାଳଙ୍କୁ ଭେଟି ଦାବିପତ୍ର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri