ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୨୮ରୁ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର, ୨୫।୮(ବ୍ୟୁରୋ)/ ତାଳଚେର ଅଫିସ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ଉପକୂଳ ଓ ପଶ୍ଚିମ ଓଡିଶାର କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଆଉ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ରବିବାର ମଧ୍ୟ କେତେକ ଜିଲାରେ ପ୍ରବଳ ବର୍ଷା ହେବ। ଆସନ୍ତା ୨୮ରେ ଆଉଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ବର୍ଷା ପରିମାଣ ଆହୁରି ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଶନିବାର ଟିଟିଲାଗଡ଼ରେ ସର୍ବାଧିକ ୬୨ମିଲିମିଟର ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ୧୭.୭, ଗୋପାଳପୁରରେ ୧୩.୨, ପାରାଦୀପରେ ୧୨.୮, ତାଳଚେରରେ ୧୦, ଅନୁଗୋଳ ୭, କୋରାପୁଟ ୬, ଝାରସୁଗୁଡ଼ା ୫, ମାଲକାନଗିରି ୪, ଭୁବନେଶ୍ୱରରେ ୩, ବାଲେଶ୍ୱର, ଚାନ୍ଦବାଲି ଓ ଦାରିଙ୍ଗବାଡ଼ିରେ ୨ ମିମି ଲେଖାଏ ରେକର୍ଡ କରାଯାଇଛି। ଲଘୁଚାପ ପ୍ରଭାବରେ ରବିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ, ପୁରୀ ଆଦି ଜିଲାରେ ପ୍ରବଳ ବର୍ଷା ହେବ। ଆସନ୍ତା ୨୪ଘଣ୍ଟା ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଏହାପରେ ବର୍ଷା ପରିମାଣ କମିବ। କିନ୍ତୁ ୨୮ ତାରିଖ ବେଳକୁ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଉକ୍ତଦିନ ପୁରୀ, ଜଗତସିଂହପୁର, କଟକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି। ଅନ୍ୟପକ୍ଷରେ ବଜ୍ରପାତ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଶନିବାର ଅନୁଗୋଳ ଜିଲାରେ ୨ଜଣଙ୍କର ମୃତ୍ୟୁ ଘଟିଛି। ଅନୁଗୋଳ ସହର ଉପକଣ୍ଠ ବେନ୍ତପୁର ଗ୍ରାମର ଗିରିଶ ବେହେରା(୪୫) ଓ ଖଣ୍ଡହତା ଗ୍ରାମର ପ୍ରତାପ ବେହେରା(୪୦) ବିଲରେ କାମ କରୁଥିବାବେଳେ ବଜ୍ରପାତ ହୋଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri