ଲଘୁଚାପ ବର୍ଷାରେ ବ୍ୟାପକ ଫସଲ ନଷ୍ଟ

ଭାପୁର,୨୯।୧୦(ଡି.ଏନ.ଏ.)

ଢେଙ୍କାନାଳ ଜିଲା ସଦର ବ୍ଲକ ଓ ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ଛଦେଶ ଅଞ୍ଚଳରେ ଗତ ଲଘୁଚାପ ବର୍ଷାରେ ବ୍ୟାପକ ଧାନ ଓ ପନିପରିବା ଫସଲ ନଷ୍ଟ ହୋଇଛି। ବିଲରେ ପାଣି ଜମିଥିବାରୁ ଧାନ ଗଜା ହୋଇଛି। ଟମାଟୋ, ବାଇଗଣ, କୋବି ଆଦି ଫସଲ କରିଥିବା ଚାଷୀମାନେ ବ୍ୟାପକ କ୍ଷତି ସହିଛନ୍ତି। ଲଗାଣ ବର୍ଷାରେ ବିଲରୁ ପାଣି ନିଷ୍କାସନ ହୋଇ ପାରୁ ନ ଥିବାରୁ ପରିବା ଗଛ ଲଗାଯାଇପାରୁନି ବୋଲି ଓଡ଼ାପଡ଼ା ବ୍ଲକ ଘିଟିପିରି ପଞ୍ଚାୟତ ଓସ୍ତପାଳ ଗ୍ରାମର କାମେଶ ପରିଡ଼ା, ସୁଦର୍ଶନ ନାୟକ, ଶେଷଦେବ ନାୟକ, ଶ୍ରୀଧର ସାହୁ, ଅଭିମନ୍ୟୁ ସାହୁ, ଗଣେଶ୍ୱର ପରିଡ଼ା ପ୍ରମୁଖ ଚାଷୀ ପ୍ରକାଶ କରିଛନ୍ତି।
ସେହିପରି ପରିବା ଚାଷକୁ ଭରସା କରି ଚଳୁଥିବା ପରିବାର ପାଇଁ ଏହି ବର୍ଷା ଦୁଃଖ ଆଣି ଦେଇଛି। ଋଣ କରି ଚାଷ କରିଥିବା ଚାଷୀମାନେ ବିଶେଷ କରି ଚିନ୍ତାରେ ପଡିଛନ୍ତି। ସରକାରୀସ୍ତରରେ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ଯୋଗାଇ ଦେବାକୁ ବେଗୁନିଆଁପାଳର ଚାଷୀ ପ୍ରଶାନ୍ତ ଖଟୁଆ, ରବି ଖଟୁଆ, ସୁଦର୍ଶନ ରାଉତ ଦାବି କରିଛନ୍ତି। ସେହିପରି କୋଇଲିପଙ୍ଗି ଗ୍ରାମର ପ୍ରଭାକର ପଣ୍ଡାଙ୍କ ପ୍ରାୟ ୨ ଏକର ଜମିରେ ଧାନ ଫସଲ ନଷ୍ଟ ହୋଇଥିବା ସେ ଅଭିଯୋଗ କରିଛନ୍ତି। ଏ ନେଇ ଭାପୁର ରାଜସ୍ବ ନିରୀକ୍ଷକ ରାଜେନ୍ଦ୍ର ପ୍ରସାଦ ସାହୁ କହିଛନ୍ତି, ଜିଲାରେ କମ୍‌ ପରିମାଣର ବର୍ଷା ହୋଇଥିବାରୁ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ ମିଳିନାହିଁ। ଯେଉଁ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି କୃଷି ଅଧିକାରୀଙ୍କ ନିକଟରେ ଅଭିଯୋଗ କରିବା ପରେ ବିଭାଗସ୍ତରରେ ଦୃଷ୍ଟି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri