ଲଘୁଚାପ ବର୍ଷା: ଜୀବନଯାତ୍ରା ବ୍ୟାହତ, ଜମିରେ ଲୋଟିଛି ଧାନ ଫସଲ

ନୟାଗଡ଼ ଅଫିସ,୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ସାରା ରାଜ୍ୟରେ ବର୍ଷା ଲାଗିରହିଛି। ନୟାଗଡ଼ ଜିଲାରେ ଏହି ବର୍ଷା ପ୍ରଭାବରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କେତେବେଳେ ଜୋର୍‌ ତ ଆଉ କେତେବେଳେ ଝିପିଝିପି ବର୍ଷା ଯୋଗୁ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜରୁରୀ କାମ ନ ପଡ଼ିଲେ ଲୋକେ ବାହାରକୁ ବାହାରୁ ନାହାନ୍ତି। ବଜାର ଜନଶୂନ୍ୟ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ବୁଧବାର ସକାଳ ୮ଟାରୁ ଗୁରୁବାର ସକାଳ ୮ଟା ପର୍ଯ୍ୟନ୍ତ ଜିଲାରେ ୬୯୪.୩ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି। ରଣପୁର ବ୍ଲକରେ ସର୍ବାଧିକ ୧୩୦.୨ ମିମି ଓ ଦଶପଲ୍ଲା ବ୍ଲକରେ ସର୍ବନିମ୍ନ ୪୫.୪ ମିମି ବର୍ଷା ହୋଇଛି। ସେହିପରି ଭାପୁର ବ୍ଲକରେ ୧୧୦.୨ ମିମି, ଗଣିଆରେ ୭୧ ମିମି, ଖଣ୍ଡପଡ଼ାରେ ୯୮ ମିମି, ନୟାଗଡ଼ରେ ୯୧.୮ ମିମି, ନୂଆଗାଁରେ ୫୫ ମିିମି ଓ ଓଡ଼ଗାଁ ବ୍ଲକରେ ୯୨.୭ ମିମି ବର୍ଷା ରେକର୍ଡ଼ କରାଯାଇଛି। ଗୁରୁବାର ସକାଳଠାରୁ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ବର୍ଷା ଜାରି ରହିଛି। ଏହା ଆହୁରି ଗୋଟିଏ ଦିନ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବର୍ଷା ଫଳରେ ମରୁଡ଼ି ହେବାକୁ ଥିବା ବିଲରେ ବର୍ତ୍ତମାନ ପାଣି ଜମି ରହିଛି। ଅନେକ ଜମିରେ ଧାନଫସଲ ତଳେ ଲୋଟିଥିବା ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ନୟାଗଡ଼ ବ୍ଲକ ଲେଙ୍କୁଡ଼ିପଡ଼ା ଧବଳାଇ ଗ୍ରାମରେ ଜୟନ୍ତୀ ସେଠୀଙ୍କ ପରିବାର ପାଣି ଘେରରେ ରହିଛନ୍ତି। ମାଟି ଘରେ ପାଣି ଜମି ରହିଥିବାରୁ କେତେବେଳେ କ’ଣ ହେବ ତାହା କହିବା ମୁସ୍କିଲ। ପକ୍କା ଘର ପାଇଁ ବିଧବା ଜୟନ୍ତୀ ବିଭିନ୍ନ ସ୍ଥାନରେ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିପାରି ନାହିଁ। ସେହିଭିଳି ଖୁଣ୍ଟୁବନ୍ଧ ପଞ୍ଚାୟତ ଗୋଡ଼ିଆଳି ଗ୍ରାମ ମୁଣ୍ଡରେ ଥିବା ଦୁଇ ପରିବାର ପାଣି ଘେରରେ ଅଛନ୍ତି। ସେମାନେ ହେଲେ ଶରତ ସାହୁ ଓ ଚନ୍ଦ୍ର ଶେଖର ସାହୁ। ଦୁଇମାସ ତଳେ ହୋଇଥିବା ବର୍ଷାରେ ଉକ୍ତ ପରିବାର ଲୋକେ ପାଣି ଘେରରେ ଥିବା ଜାଣିବା ପରେ ତତ୍କାଳୀନ ଜିଲାପାଳ ଡା. ଏନ୍‌ ତିରୁମାଲା ନାୟକ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ଉକ୍ତ ସ୍ଥାନରେ ଡ୍ରେନ ନିର୍ମାଣ କରାଯାଇ ଜଳ ନିଷ୍କାସନ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ସମାଧାନ ହୋଇପାରିନି। ଉକ୍ତ ସ୍ଥାନରେ ଥିବା ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ପାଣିଘେରରେ ରହିଥିବାରୁ ଅଘଟଣ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?