ଲଘୁଚାପ: ୧୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏଥିସହିତ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବ। ରାଜ୍ୟରେ ବିଭିନ୍ନ ସ୍ଥାନରେ ୩ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଉପରେ ସତର୍କ ଦୃଷ୍ଟି ରଖିବା ସହ ବର୍ଷା ପରିମାଣ ରିପୋର୍ଟ କାର୍ଯ୍ୟାଳୟକୁ ନିରନ୍ତର ପଠାଇବାକୁ କୁହାଯାଇଛି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସକାଶେ ଜିଲା ପ୍ରଶାସନକୁ ସତର୍କ କରାଯାଇଛି। ଲଘୁଚାପ ଯୋଗୁ ଆସନ୍ତା ୯ ତାରିଖରୁ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ୯ ତାରିଖ ସନ୍ଧ୍ୟାରୁ ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୦ ତାରିଖରେ ବର୍ଷା ପରିମାଣ ବଢିବ। କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୧ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୩ ତାରିଖରେ ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର ଏବଂ ବରଗଡ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ୧୦ ରୁ ୧୨ ତାରିଖ ଯାଏ ସମୁଦ୍ରକୁ ମାଛ ଧରିବା ଲାଗି ନ ଯିବା ସକାଶେ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତକ ମେଳ ନ ଖାଇବାରୁ ବିବାହ ଭାଙ୍ଗିଦେଲେ ପରିବାର ଲୋକେ, ଏମିତି ଚରମ ପଦକ୍ଷେପ ନେଲେ ପ୍ରେମୀଯୁଗଳ

ଝାରସୁଗୁଡା ଅଫିସ,୧୩।୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡ଼ା ଏକ ବନ୍ଦ କୋଠରୀ ଭିତରୁ ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ପୋଲିସ...

ଭୁବନେଶ୍ୱରରୁ ଆଜି ୩୫୪ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୪୬

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୪୬...

ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ରବିନାରାୟଣ ଶତପଥୀ ନିର୍ବାଚିତ

କଟକ ଅଫିସ, ୨୨ା୧୦: ଓଡ଼ିଶା ରାଜ୍ୟ ଟ୍ରକ ମାଲିକ ମହାସଂଘର ସାଧାରଣ ସମ୍ପାଦକ ରବିନାରାୟଣ ଶତପଥୀ ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ...

ବିଦ୍ୟୁତ ସଂସ୍ପର୍ଶରେ ଆସି ନାବାଳିକାଙ୍କ ମୃତ୍ୟୁ

ଯାଜପୁର ଟାଉନ, ୨୩।୧୧ (ଡିଏନଏ): ଯାଜପୁର ସହର କୁସୁମା ନିକଟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିବା...

ସ୍ମିତାରାଣୀଙ୍କୁ ମାରି ଟାଙ୍ଗି ଦିଆଯାଇଛି: ସୁର

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ସ୍ମିତାରାଣୀଙ୍କୁ ଦିନ ଦ୍ୱିପ୍ରହରରେ ମାରି ଟାଙ୍ଗି ଦିଆଯାଇଛି। ଘଟଣାର ସିବିଆଇ ତଦନ୍ତ କରାଗଲେ ପ୍ରକୃତ ସତ ସମ୍ମୁଖକୁ ଆସିବ। ହତ୍ୟାକାରୀଙ୍କୁ ତୁରନ୍ତ ଧରି ଦଣ୍ଡ...

ବିଦ୍ୟୁତ୍‌ ସଂଯୋଗ ଲାଗି ଅଠରନଳାରେ ଟାୟରଜାଳି ରାସ୍ତାରୋକୋ

ପୁରୀ ଅଫିସ,୨୯।୫: ବାତ୍ୟା ‘ଫନୀ’ ପ୍ରଭାବରେ ପୁରୀ ସହରର ବିଶେଷ କ୍ଷତି ଘଟିଛି । ଶତାଧିକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିରେ...

୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼,...

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ସାର୍ଟିଫିକେଟ କୋର୍ସ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଚଳିତ ଶିକ୍ଷାବର୍ଷରୁ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ଏକ ସାର୍ଟିଫିକେଟ କୋର୍ସ...

Advertisement


Archives

Model This Week