ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ, କ୍ରୟ ସମନ୍ଧୀୟ ପ୍ରଶିକ୍ଷଣ ଶିବିର

ଲାଞ୍ଜିଗଡ,୨୭ା୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସମନ୍ବିତ ଉନ୍ନୟନ ସଂସ୍ଥା ଆନୁକୂଲ୍ୟରେ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଓ ତାହାର କ୍ରୟ ସମନ୍ଧରେ ଏକ ପ୍ରଶିକ୍ଷଣ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଶିବିରକୁ ପ୍ରକଳ୍ପ ପ୍ରଶାସକ ବିରଞ୍ଚି ନାରାୟଣ ଦରୱାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ବ୍ଲକର ବିଭିନ୍ନ ଅଞ୍ଚଳରେ ବନଜାତ ଦ୍ରବ୍ୟର ଚାହିଦା ଓ ଏଥିରେ ସଂଗ୍ରହକାରୀ କିଭଳି ଲାଭବାନ ହେବେ ଓ ଏହାର କ୍ରୟ ସମନ୍ଧରେ ଓଏଲଏମ୍‌ ତରଫରୁ ବିଭିନ୍ନ ପଞ୍ଚାୟତରୁ ଆସିଥିବା ଏମବିକେ ମାନଙ୍କୁ ବୁଝାଇଥିଲେ। ଲଘୁ ବନଜାତ ଦ୍ରବ୍ୟକୁ କିଭଳି ଭାବେ ଉତ୍ତମ ଗୁଣବତ୍ତା ସହିତ ଗଛିତ କରିହେବ ସେ ସମ୍ପର୍କରେ ଟିଡିସିସି ବ୍ରାଞ୍ଚ ମ୍ୟାନେଜର ନବଘନ ପ୍ରଧାନ ପ୍ରଶିକ୍ଷଣ ଦେଇଥିଲେ। ତେନ୍ତୁଳି, ଶାଳମଞ୍ଜି, ମହୁଲ, ହରିଡା, ଚାଆଁର ଓ ବାହାଡା ଇତ୍ୟାଦି କିପରି ଭାବେ ଏଫ୍‌ଏକକ୍ୟୁରେ ସଂଗ୍ରହ କରାଯିବ ସେ ବିଷୟରେ ତାଲିମାର୍ଥୀ ଏମବିକେମାନଙ୍କୁ ଅବଗତ କରାଯାଇଥିଲା। ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ଅର୍ଜନ କରୁଥିବା ପରିବାରମାନଙ୍କ ବୃହତର ସ୍ବାର୍ଥ ଦୃଷ୍ଟିରୁ ଏହି କାର୍ଯ୍ୟକ୍ରମ କରାଯାଇଥିଲା। ଏହି ଶିବିରରେ ଅଂଶଗ୍ରହଣ କରିଥିବା ଏମବିକେମାନଙ୍କୁ ଉତ୍ତମ ଗୁଣବତ୍ତା ସମନ୍ଧରେ ବିକ୍ରେତାମାନଙ୍କୁ ଅବଗତ କରାଯାଇଥିଲା। ଲାଞ୍ଜିଗଡ ବ୍ଲକର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଏସଏସଜି ଗ୍ରୁପ ଚୟନ କରାଯିବ ଓ ସେମାନେ ଏହି ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହକାରୀଙ୍କଠାରୁ କିଣି ଟିଡିସିସିକୁ ବିକ୍ରି କରିବ ବୋଲି ପ୍ରକଳ୍ପ ପ୍ରଶାସକ ବିରଞ୍ଚି ଦରୱାନ ପ୍ରକାଶ କରିଥିଲେ। ଏହି ତାଲିମ ଶିବିରରେ ଲାଞ୍ଜିଗଡ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ପ୍ରକଳ୍ପ ପରିଚାଳକ ଆଇଟିଡିଏ ଅବିନାଶ ମହାନ୍ତି, ଓପିଲିପି ପ୍ରକଳ୍ପ ପରିଚାଳକ ଲୋମ୍ବଧର ପ୍ରଧାନ, ଓଏଲଏମର ବ୍ଲକ ପରିଚାଳକ ଜଳନ୍ଦର ତାଣ୍ଡି ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସାମାଜିକ ଦୁରତା ରକ୍ଷାକରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri