ଲଣ୍ଡନ ମାରାଥନ୍‌ରେ ଦୌଡ଼ିଲେ ୪୦ହଜାର

ଲଣ୍ଡନ, ୨୯ା୪: ରବିବାର ବିଶ୍ୱପ୍ରସିଦ୍ଧ ୩୯ତମ ଲଣ୍ଡନ ମାରାଥନ୍‌ରେ ୪୦ହଜାରରୁ ଊର୍ଦ୍ଧ୍ୱ ବ୍ୟକ୍ତି ଭାଗନେଇଥିଲେ। ଅଧିକାଂଶ ଦୌଡାଳି ଗିନିଜ୍‌ ବିଶ୍ୱରେକର୍ଡ ହାସଲ କରିବାକୁ ଲକ୍ଷ୍ୟ ରଖିଥିଲେ। ସେମାନେ ଦୌଡିବା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଚଳିତବର୍ଷ ବିଶିଷ୍ଟ ଟେନିସ ଖେଳାଳି ଆଣ୍ଡି ମୁରେ ବନ୍ଧୁକରୁ ଗୁଳି ଫୁଟାଇ ଏହାର ଶୁଭାରମ୍ଭ କରିଥିଲେ। ୧୯୮୧ରେ ଲଣ୍ଡନ ମାରାଥନ୍‌ ଆରମ୍ଭ ହେବା ପରଠାରୁ ଏହା ୧୦୦କୋଟି ପାଉଣ୍ଡ ପାଣ୍ଠି ଉଠାଣ କରିସାରିଲାଣି ବୋଲି ଦୌଡ ଆୟୋଜକ ଭର୍ଜିନ ମନି ପକ୍ଷରୁ ପ୍ରକାଶ ପାଇଛି। ଇଭେଣ୍ଟ ନିର୍ଦ୍ଦେଶକ ହୁଗ୍‌ ବ୍ରାଶରଙ୍କ କହିବାନୁଯାୟୀ, ବିଶ୍ୱରେ ଅନ୍ୟ କୌଣସି ମାରାଥନ୍‌ରେ ଏତେସଂଖ୍ୟକ ବ୍ୟକ୍ତି ଅଂଶଗ୍ରହଣ କରନ୍ତି ନାହିଁ। ଏଥିପାଇଁ ପ୍ରତ୍ୟେକ ଦୌଡାଳି, ସମର୍ଥକ, ଦାତା, ଦାତବ୍ୟ ସଂସ୍ଥା, ସ୍ବେଚ୍ଛାସେବୀ, ଆୟୋଜକ, ଦର୍ଶକ ଏବଂ ଷ୍ଟାଫ୍‌ ମେମ୍ବରଙ୍କୁ ସେ ଧନ୍ୟବାଦ ଦେଇଥିଲେ। କଲ୍ୟାଣମୂଳକ କାର୍ଯ୍ୟ ପାଇଁ ପାଣ୍ଠି ଉଠାଣ ବିଷୟରେ ଉଦ୍‌ବୋଧନ ଦେଇ ଲଣ୍ଡନ ମେୟର ସାଦିକ ଖାନ୍‌ ପ୍ରତ୍ୟେକ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ପାଣ୍ଠି ଉଠାଣକାରୀ ଏହି ବିଶ୍ୱପ୍ରସିଦ୍ଧ ଲଣ୍ଡନ ମାରାଥନ୍‌ ୩୮ବର୍ଷ ମଧ୍ୟରେ ଲକ୍ଷାଧିକ ଲୋକଙ୍କୁ ସହାୟତା କରିଥିବା ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ଇମ୍ରାନଙ୍କ ସହ ସ୍ତ୍ରୀଙ୍କୁ ୧୭ ବର୍ଷ ଜେଲ୍‌, ଏହି କାରଣ ପାଇଁ କୋର୍ଟ…

ଇସଲାମାବାଦ,୨୦ା୧୨: ତୋଶାଖାନା-୨ ମାମଲାରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପ୍ରତିଷ୍ଠାତା ଇମ୍ରାନ ଖାନ ଏବଂ ତାଙ୍କ ସ୍ତ୍ରୀ ବୁଶ୍‌ରା ବିବିଙ୍କୁ ୧୭ ବର୍ଷ ଜେଲ୍‌ଦଣ୍ଡ...

ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ

ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି...

ପାକିସ୍ତାନକୁ ଧନ୍ୟବାଦ ଦେଲା ଆମରିକା, ଖୁସିରେ ଗଦଗଦ ହେଲେ ଶେହବାଜ

ଇସଲାମାବାଦ,୨୦।୧୨: ଗାଜାରେ ଯୁଦ୍ଧ ପରବର୍ତ୍ତୀ ସୁରକ୍ଷା ପ୍ରତିଷ୍ଠା ପାଇଁ ଆମେରିକାର ପ୍ରୟାସ ମଧ୍ୟରେ, ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ପ୍ରକାଶ ପାଇଛି। ପ୍ରସ୍ତାବିତ ଗାଜା...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri