Posted inଜାତୀୟ

ଲଣ୍ଡା ହେଲେ ମହିଳା ପୋଲିସ ଅଧିକାରୀ

କୋଚି,୧୭।୧୧: କେରଳର ଜଣେ ମହିଳା ପୋଲିସ ଅଧିକାରୀ ଲଣ୍ଡା ହେବାର ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ହେଲେ ଏହା ପଛର କାରଣ ସମାଜକୁ ଏକ ବାର୍ତ୍ତା ଦେଇଛି। ଅପର୍ଣ୍ଣା ଲବକୁମାର ନାମକ ମହିଳା ପୋଲିସ ଅଧିକାରୀ ଜଣକ କିଛିଦିନ ତଳେ ତ୍ରିଚୁରର ଏକ ବିୟୁଟି ପାର୍ଲରେ ଲଣ୍ଡା ହୋଇ ପଡିଥିଲେ। ଆଉ ସେହି ସମୟର କିଛି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଅପର୍ଣ୍ଣା ତାଙ୍କର କେଶକୁ ତ୍ରିଚୁରରେ ଥିବା କ୍ୟାନସର ରିସର୍ଚ୍ଚ ସେଣ୍ଟରକୁ ଦାନ କରିଦେଇଛନ୍ତି। ସେ କହିଛନ୍ତି ଏହାବଦଳରେ ଯଦି କ୍ୟାନସର ପୀଡିତ ପିଲାମାନଙ୍କ ମୁହଁରେ ହସ ଫୁଟିଲା ତେବେ ତାହା ତାଙ୍କ ପାଇଁ ଯଥେଷ୍ଟ। ତେବେ ତ୍ରିଚୁରରେ ଥିବା କ୍ୟାନସର ରିସର୍ଚ୍ଚ ସେଣ୍ଟରରେ ଗରିବ କ୍ୟାନସର ରୋଗୀଙ୍କ ପାଇଁ ଓ୍ବିଗ ତିଆରି କରାଯାଉଛି। ଆଉ ଯେଉଁମାନେ କୃତ୍ରିମ ଓ୍ବିଗ ଲଗାଉଛନ୍ତି ସେଥିରେ ଇନଫେକ୍ସନର ଭୟ ରହିଛି। ଯାହା ପ୍ରାକୃତିକ ଓ୍ବିଗରେ ନାହିଁ। ହେଲେ କେଶରୁ ତିଆରି ଓ୍ବିଗ ଯେହେତୁ ଅଧିକ ଦାମ୍‌ ହୋଇଥାଏ ତାହା କିଣିବା ସମସ୍ତଙ୍କ ପକ୍ଷେ ସମ୍ଭବ ହୋଇ ନ ଥାଏ। ତେଣୁ ସେ ତାଙ୍କ କେଶ ଦାନ କରି କ୍ୟାନସର ରୋଗୀଙ୍କ ମୁହଁରେ ହସ ଫୁଟାଇବାକୁ ସାମାନ୍ୟ ପ୍ରୟାସ କରିଛନ୍ତି ବୋଲି କହିଛନ୍ତି। ଏହାକୁ ଦେଖିବା ପରେ ସୋସିଆଲ ମିଡିଆରେ କେତେଜଣ ଯୁବତୀ ତାଙ୍କର ଏହି କାମରୁ ପ୍ରେରଣା ପାଇଛନ୍ତି ବୋଲି ଲେଖିଛନ୍ତି। ହେଲେ ତାଙ୍କୁ ଦେଖି ପ୍ରଭାବିତ ନ ହେବାକୁ ଅପର୍ଣ୍ଣା ପରାମର୍ଶ ଦେବା ସହ ଗରିବ ଓ ସାହାଯ୍ୟ ଆବଶ୍ୟକ ଥିବା ବ୍ୟକ୍ତିଙ୍କୁ ସାହାଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?