Posted inଜାତୀୟ

ଲଦାଖ ଏମ୍‌ପି ସୋସିଆଲ ମିଡିଆ ଷ୍ଟାର:ଲୋକ ସଭାରେ ପ୍ରଭାବୀ ମତ ରଖି ପ୍ରଶଂସିତ

ନୂଆଦିଲ୍ଲୀ, ୯।୮:ଲୋକ ସଭାର ଶେଷ ବେଞ୍ଚରେ ବସୁଥିବା ଲଦାଖର ଯୁବ ଏମ୍‌ପି ଜାମ୍‌ୟାଙ୍ଗ ସେରିଙ୍ଗ ନମ୍ବୟାଲ୍‌ ରାତାରାତି ସୋସିଆଲ ମିଡିଆର ଷ୍ଟାର୍‌ ପାଲଟି ଯାଇଛନ୍ତି। ଏବେ ଟୁଇଟରରେ ତାଙ୍କ ଅନୁଗାମୀଙ୍କ ସଂଖ୍ୟା ଦ୍ରୁତଗତିରେ ବଢିଚାଲିଛି। ମଙ୍ଗଳବାର ସୁଦ୍ଧା ଏହା ୪ ହଜାର ପାର୍‌ କରିଥିବା ଜଣାପଡ଼ିଛି। ସେହିଭଳି ଫେସ୍‌ବୁକରେ ମଧ୍ୟ ତାଙ୍କ ବନ୍ଧୁ ସଂଖ୍ୟା ବଢି ୫ ହଜାର ପାର୍‌ ହୋଇଛି। ଗତ ମଙ୍ଗଳବାର ଲୋକ ସଭାରେ ତାଙ୍କ ଅଲିଖିତ ଅଭିଭାଷଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓ ଅନ୍ୟ ସଦସ୍ୟଙ୍କୁ ପ୍ରଭାବିତ କରିଥିଲା। ଭାଜପାର ନିର୍ବାଚନୀ ଇସ୍ତାହାରରେ ଲଦାଖକୁ କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା କଥା ଉଲ୍ଲେଖ ଥିଲା। ଏଥିପ୍ରତି ଲୋକଙ୍କ ସମର୍ଥନ ମଧ୍ୟ ରହିଥିଲା। ମୁସଲମାନ ଓ ବୌଦ୍ଧ ଧର୍ମାବଲମ୍ବୀ ମୋତେ ଏଥିଲାଗି ବିଜୟୀ କରାଇଥିଲେ ବୋଲି ଲୋକ ସଭାରେ ଲଦାଖ ଏମ୍‌ପି କହିବା ସହ କେନ୍ଦ୍ର ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଥିଲେ। ୩୭୦ ଧାରା ଜମ୍ମୁ-କଶ୍ମୀରରୁ ଉଚ୍ଛେଦ କରାଯିବା ଓ ଲଦାଖର ବିକାଶ ଲାଗି ଏହାକୁ କେନ୍ଦ୍ର ଶାସିତ ଅଞ୍ଚଳ କରାଯିବାକୁ ସେ ଦୃଢ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri