ଲମ୍ବୁଛି ଜାଲ ଶିକ୍ଷକଙ୍କ ତାଲିକା,ପୁଣି ଧରାପଡ଼ିଲେ ଆଉ ୫ ନକଲି ଶିକ୍ଷକ

ବ୍ରହ୍ମପୁର ଅଫିସ,୧୮ା୧୨- ଗଞ୍ଜାମ ଜିଲାରେ ଲମ୍ବିବାରେ ଲାଗିଛି ନକଲି ଶିକ୍ଷକଙ୍କ ତାଲିକା। ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ସାର୍ଟିଫିକେଟ୍‌ ଦାଖଲ କରିଥିବା ଶିକ୍ଷୟିତ୍ରୀ ଶିକ୍ଷକ ଏବେ ଶିକ୍ଷା ବିଭାଗ ପକ୍ଷରୁ ଯାଞ୍ଚ ବେଳେ ଧରାପଡୁଛନ୍ତି। ଗତ ଏକ ମାସ ମଧ୍ୟରେ ୧୬ ଶିକ୍ଷୟିତ୍ରୀ ଶିକ୍ଷକ ଧରା ପଡ଼ିଥିବା ବେଳେ ମଙ୍ଗଳବାର ପୁଣି ଆଉ ୫ ଧରାପଡିଛନ୍ତି। ଫଳରେ ଏହି ସଂଖ୍ୟା ଏବେ ୨୧ରେ ପହଞ୍ଚିଛି। ସେମାନଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବାକୁ ମଙ୍ଗଳବାର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲ୍ଳକ ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି। ସୂଚନା ପ୍ରକାରେ, ଗତ ୧ ମାସ ଧରି ଜିଲାର ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣ ପତ୍ର ଯାଞ୍ଚ ନେଇ ପ୍ରକ୍ରିୟା ଚାଲୁରହିଛି। ବେଗୁନିଆପଡା, କବିସୂର୍ଯ୍ୟନଗର, ଶେରଗଡ ବ୍ଲକ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ସିଟି ସାର୍ଟିଫିକେଟଗୁଡିକୁ କଟକସ୍ଥିତ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ କାର୍ଯ୍ୟାଳୟକୁ ଯାଞ୍ଚ ପାଇଁ ପଠାଯାଇଥିଲା। ଯାଞ୍ଚ ବେଳେ କେତେକ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଜାଲ ଥିବା ଜଣାପଡିଥିଲା। ଉପରୋକ୍ତ ବ୍ଲକର ୫ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସିଟି ସାର୍ଟିଫିକେଟ ବୋର୍ଡ ସାର୍ଟିଫିକେଟ ତାଲିକା ମଧ୍ୟରେ ସାମିଲ ନ ଥିବା ବୋର୍ଡ ସଚିବଙ୍କ ପକ୍ଷରୁ ସୂଚନା ମିଳିଥିଲା। ସଚିବଙ୍କ ସୂଚନା ପରେ ଉପରୋକ୍ତ ବ୍ଲକର ୫ ସହକାରୀ ଶିକ୍ଷୟିତ୍ରୀ ଶିକ୍ଷକ ନକଲି ଶିକ୍ଷକତା ପ୍ରମାଣପତ୍ର ପ୍ରଦାନ କରିଥିବା ଜଣାପଡିଥିଲା। ସେମାନେ ହେଲେ ବେଗୁନିଆପଡା ବ୍ଲକ ଲାଠୁଳି ରଘୁନାଥପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସୁଜାତା ପଣ୍ଡା ଓ ମଙ୍ଗଳପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ପରମାନନ୍ଦ ସାହୁ, କବିସୂର୍ଯ୍ୟନଗର ରିସିପୁର ଉନ୍ନିତ ବାଳିକା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ଭିକାରି ଚରଣ ସାହୁ, ଶେରଗଡ ବ୍ଲ୍ଳକ ପି. ଖରିଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଞ୍ଜୟ କୁମାର ଖଟାଇ ଓ କେଏମ୍‌ ପ୍ରାଥମିକ ବିଦ୍ୟାଳୟ ବନ୍ଧଗୁଡାର ସହକାରୀ ଶିକ୍ଷକ ଭଗବାନ ମହାନ୍ତି। ଏହି ନକଲି ଶିକ୍ଷୟତ୍ରୀ ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବା ପାଇଁ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଡିଇଓ ଡ. ସନାତନ ପଣ୍ଡା ସୂଚାଇଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଧରାକୋଟ ବ୍ଲକର ୭ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସମେତ ବିିଭିନ୍ନ ବ୍ଲ୍ଳକର ୯ ଜଣ ନକଲି ଶିକ୍ଷକ ଗତ ନଭେମ୍ବର ମାସରେ ମୋଟ ୧୬ ଜଣ ଧରାପଡ଼ିଥିଲେ। ସେମାନଙ୍କ ବିରୋଧରେ ସମ୍ପୃକ୍ତ ଥାନାରେ ଏତଲା ଦିଆଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କେହି ଗିରଫ ହୋଇନାହାନ୍ତି। ପୁଣି ମଙ୍ଗଳବାର ଆଉ ୫ ଜଣ ଶିକ୍ଷକଙ୍କ ବିରୋଧରେ ଏତଲା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଇତିମଧ୍ୟରେ ୧୩ ଜଣ ଶିକ୍ଷକ ଇସ୍ତଫା ଦେଇଥିବା ମଧ୍ୟ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri