ଲହଣ୍ଡାବୁଡ଼ ଗ୍ରାମରେ ଟିଭି ବିସ୍ଫୋରଣ: ମହିଳା ମୃତ, ସ୍ବାମୀ ଓ ଶିଶୁକନ୍ୟା ଗୁରୁତର

ସୁନ୍ଦରଗଡ଼,୨୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଧୁରୁଆଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଟିଭି ବିସ୍ଫୋରଣ ହେବା ଯୋଗୁ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବବି ନାଏକ। ସେହିଭଳି ଗୁରୁତରମାନେ ହେଲେ ବବିଙ୍କ ସ୍ବାମୀ ଡିଲେଶ୍ୱର ନାଏକ ଓ ୬ ମାସର ଶିଶୁକନ୍ୟା। ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଗୁରୁତରମାନଙ୍କ ଚିକିତ୍ସା ଜାରି ରହିଛି।

ସୂଚନାନୁଯାୟୀ, ଡିଲେଶ୍ୱର ଅପରାହ୍ନରେ ପରିବାର ସହ ବସି ଟିଭି ଦେଖୁଥିଲେ। ଏହି ସମୟରେ କୌଣସି କାରଣବଶତଃ ଟିଭିଟି ଶର୍ଟସର୍କିଟ ହୋଇ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଶବ୍ଦ ଶୁଣି ପଡ଼ୋଶୀମାନେ ତାଙ୍କ ଘରେ ପହଞ୍ଚି ୩ ଜଣଙ୍କ ଦେହରେ ନିଆଁ ଲାଗି ଯାଇଥିବା ଦେଖିବାକୁ ପାଇଥିଲେ। ପରେ ସେମାନଙ୍କୁ ଉଦ୍ଧାର କରାଯାଇ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚିବା ପରେ ଆମ୍ବୁଲାନ୍ସ ଯୋଗେ ଗୁରୁତରମାନଙ୍କୁ ସୁନ୍ଦରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ସମୟରେ ବବିଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଡିଲେଶ୍ୱର ଓ ଶିଶୁକନ୍ୟା ଗୁରୁତର ଅଛନ୍ତି।

ଘଟଣା ସମ୍ପର୍କରେ ଧୁରୁଆଡିହି ଥାନା ଅଧିକାରୀଙ୍କୁ ପଚାରିବାରୁ ସେ କହିଥିଲେ, ପୋଲିସ ପକ୍ଷରୁ ଆମ୍ବୁଲାନ୍ସ ଡକାଯାଇଥିଲା। ଡାକ୍ତରଖାନାରେ କ’ଣ ଘଟଣା ଘଟିଛି ଆମ ପାଖରେ ଏବେ ତଥ୍ୟ ନାହିଁ। ହସ୍ପିଟାଲ ତରଫରୁ ସୂଚନା ମିଳିଲେ ସବିଶେଷ ଜାଣିହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri