Posted inଜାତୀୟ

ଲାଉଡ୍‌ ସ୍ପିକରରେ ମୁସଲିମ ମହିଳାଙ୍କୁ ବଳାତ୍କାର ଧମକ ଦେଲେ ପୂଜାରୀ

ଲକ୍ଷ୍ନୌ,୮।୪: ମସଜିଦ ବାହାରେ ଏକତ୍ରିତ ମୁସଲିମ ମହିଳାଙ୍କୁ ଅପହରଣ କରି ବଳାତ୍କାର ଧମକ ଦେଇଛନ୍ତି ଜଣେ ହିନ୍ଦୁ ପୂଜାରୀ। ଘଟଣାଟି ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରୁ ୧୦୦ କିମି ଦୂର ସିତାପୁର ଜିଲାରେ ଘଟିଛି। ଘଟଣାର ଭିଡିଓ ଭାଇରାଲ ହେବା ପରେ ତଦନ୍ତ ଆରମ୍ଭ କରିଛି ଉତ୍ତରପ୍ରଦେଶ ପୋଲିସ।

ଭିଡିଓରେ ସାଫ୍ରନ ରଙ୍ଗର ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତି ଜିପରେ ବସି ଏକତ୍ରିତ ଲୋକଙ୍କୁ ସମ୍ବୋଧିତ କରୁଛନ୍ତି। ପୋଲିସ ୟୁନିଫର୍ମରେ ଜଣେ ବ୍ୟକ୍ତିଙ୍କୁ ବ୍ୟାକ୍‌ଗ୍ରାଉଣ୍ଡରେ ଦେଖି ହେଉଛି।

ମାଇକ୍ରୋଫୋନ ଧରି ସେ କହୁଛନ୍ତି, ଯଦି ମୁସଲିମ ଅଞ୍ଚଳରେ କୌଣସି ଯୁବତୀଙ୍କୁ ହଇରାଣ କରନ୍ତି, ତେବେ ସେ ମୁସଲିମ ମହିଳାଙ୍କୁ ଅପହରଣ କରି ଜନସାଧାରଣଙ୍କ ସାମ୍ନାରେ ବଳାତ୍କାର କରିବେ। ଏଭଳି ଧମକ ପରେ ଉପସ୍ଥିତ ଲୋକେ ଏହାକୁ ଚିୟର କରିଥିଲେ। ଭିଡିଓକୁ ଶେୟାର କରି ମହମ୍ମଦ ଜୁବେର ଲେଖିଛନ୍ତି, ଏହା ଏପ୍ରିଲ ୨ ତାରିଖରେ ଶୁଟ୍‌ ହୋଇଥିଲା। ୫ ଦିନ ବିତି ଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri