ଲାଞ୍ଚ ନେଇ ଆର୍‌ଆଇ ଗିରଫ

କଟକ ଅଫିସ/ନିଶ୍ଚିନ୍ତକୋଇଲି (ସ୍ବ.ପ୍ର.), ୨୪।୯: ଲାଞ୍ଚ ନେବାବେଳେ ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ଜିଗ୍ନୀପୁର ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଅଚ୍ୟୁତାନନ୍ଦ ସେଠୀ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। କଟକ ଭିଜିଲାନ୍ସ ସେଲ୍‌ ଶାଖା ଆର୍‌ଆଇ ସେଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ନିଶ୍ଚିନ୍ତକୋଇଲି ତହସିଲ୍‌ରେ ଜିଗ୍ନୀପୁର ଗ୍ରାମର କୈଳାସ ଚନ୍ଦ୍ର ସ୍ବାଇଁଙ୍କ ୩ଟି ମ୍ୟୁଟେଶନ ମାମଲା ରହିଛି। ଏହାର ତଦନ୍ତ ପାଇଁ ତହସିଲ ପକ୍ଷରୁ ଜିଗ୍ନୀପୁର ଆର୍‌ଆଇ ସେଠୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାର ରିପୋର୍ଟ ଦେବା ପାଇଁ ସେଠୀ ୧୫ ହଜାର ଟଙ୍କା କୈଳାସଙ୍କଠାରୁ ଦାବି କରିଥିଲେ। ଏ ନେଇ କୈଳାସ କଟକ ଭିଜିଲାନ୍ସ ସେଲ୍‌ ଶାଖାରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ସୋମବାର କୈଳାସ କେମିକାଲ ମିଶା ୧୫ ହଜାର ଟଙ୍କା ସେଠୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ଦେଇଥିଲେ। ଏହି ସମୟରେ ଭିଜିଲାନ୍ସ ଅଧିକାରୀମାନେ ସେଠୀଙ୍କୁ କାବୁ କରିଥିଲେ। ଏହାପରେ ସାଲେପୁର ଥାନା ଅଧୀନ ହୀରାପୁର ଗ୍ରାମରେ ଥିବା ସେଠୀଙ୍କ ବାସଭବନରେ ଭିଜିଲାନ୍ସ ଯାଞ୍ଚ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri