ଲାଞ୍ଚ ନେଇ ଆର୍‌ଆଇ ଗିରଫ

କଟକ ଅଫିସ/ନିଶ୍ଚିନ୍ତକୋଇଲି (ସ୍ବ.ପ୍ର.), ୨୪।୯: ଲାଞ୍ଚ ନେବାବେଳେ ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ଜିଗ୍ନୀପୁର ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଅଚ୍ୟୁତାନନ୍ଦ ସେଠୀ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। କଟକ ଭିଜିଲାନ୍ସ ସେଲ୍‌ ଶାଖା ଆର୍‌ଆଇ ସେଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ଅନୁଯାୟୀ, ନିଶ୍ଚିନ୍ତକୋଇଲି ତହସିଲ୍‌ରେ ଜିଗ୍ନୀପୁର ଗ୍ରାମର କୈଳାସ ଚନ୍ଦ୍ର ସ୍ବାଇଁଙ୍କ ୩ଟି ମ୍ୟୁଟେଶନ ମାମଲା ରହିଛି। ଏହାର ତଦନ୍ତ ପାଇଁ ତହସିଲ ପକ୍ଷରୁ ଜିଗ୍ନୀପୁର ଆର୍‌ଆଇ ସେଠୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାର ରିପୋର୍ଟ ଦେବା ପାଇଁ ସେଠୀ ୧୫ ହଜାର ଟଙ୍କା କୈଳାସଙ୍କଠାରୁ ଦାବି କରିଥିଲେ। ଏ ନେଇ କୈଳାସ କଟକ ଭିଜିଲାନ୍ସ ସେଲ୍‌ ଶାଖାରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ସୋମବାର କୈଳାସ କେମିକାଲ ମିଶା ୧୫ ହଜାର ଟଙ୍କା ସେଠୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ଦେଇଥିଲେ। ଏହି ସମୟରେ ଭିଜିଲାନ୍ସ ଅଧିକାରୀମାନେ ସେଠୀଙ୍କୁ କାବୁ କରିଥିଲେ। ଏହାପରେ ସାଲେପୁର ଥାନା ଅଧୀନ ହୀରାପୁର ଗ୍ରାମରେ ଥିବା ସେଠୀଙ୍କ ବାସଭବନରେ ଭିଜିଲାନ୍ସ ଯାଞ୍ଚ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକଟ: ୧୧।୧୦: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?