ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ନୟାଗଡ଼ ଅଫିସ,୨୧।୧-ନୟାଗଡ଼ କ୍ଷୁଦ୍ର ଜଳସେଚନ ବିଭାଗର ବରିଷ୍ଠ କିରାଣି ତଥା କ୍ୟାଶିୟର ନିଗମାନନ୍ଦ ଭୂୟଁା ୧୩ ହଜାର ୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଇଟାମାଟି ଥାନା ନାଟୁଗାଁ ଗ୍ରାମର ଠିକାଦାର ଯୁଗଳ କିଶୋର ପରିଡ଼ା କରିଥିବା ଏକ ଚେକ୍‌ ଡ୍ୟାମ୍‌ର ବିଲ୍‌ କରାଇ ଦେବା ପାଇଁ ଲାଞ୍ଚ ନେଉଥିଲେ। ୨୦୧୭-୧୮ ମସିହାରେ ଯୁଗଳ ୧ ଲକ୍ଷ ୮୯ ହଜାର ୬୧୧ ଟଙ୍କାର ସିଙ୍ଗପଡ଼ା ଚେକ୍‌ ଡ଼୍ୟାମ୍‌ କରିଥିଲା ବେଳେ ଏହାର ବିଲ୍‌ କରାଇ ଦେବା ପାଇଁ ବାରମ୍ବାର କାର୍ଯ୍ୟାଳୟକୁ ଯାଇଥିଲେ। ୧୩,୫୦୦ ଟଙ୍କା ଲାଞ୍ଚ ଦେଲେ ତାଙ୍କ ବିଲ୍‌ ହୋଇଯିବ ବୋଲି ନିଗମାନନ୍ଦ ତାଙ୍କୁ କହିଥିଲେ। ପରେ ଏ ନେଇ ଯୁଗଳ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ସୋମବାର ଅପରାହ୍ନରେ ଠିକାଦାର ଯୁଗଳ କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟରେ ନିଗମାନନ୍ଦଙ୍କୁ ଟଙ୍କା ଦେଉଥିବା ବେଳେ ଛପି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଥିଲେ। ତାଙ୍କୁ ଗିରଫ କରାଯିବା ସହିତ ଟଙ୍କା ଜବତ କରାଯାଇଥିଲା। ଏ ନେଇ ଭୁବନେଶ୍ୱର କାର୍ଯ୍ୟାଳୟରେ ୩/୨୦ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା ସୂଚନା ମିଳିଛି। ସେହିଭଳି ତାଙ୍କ ସରକାରୀ ବାସଭବନରେ ମଧ୍ୟ ଚଢ଼ାଉ କରାଯାଇଥିଲା।
ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବର ୧୭ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ନୟାଗଡ଼ କ୍ଷୁଦ୍ର ଜଳସେଚନର ନିର୍ବାହୀ ଯନ୍ତ୍ରୀ ବିନୟ କୁମାର ସୁବୁଦ୍ଧି ଭଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri