ଲାଞ୍ଚ ନେବା ମାମଲା: ଜେଲ୍‌ଗଲେ ବନରକ୍ଷୀ, ରାତ୍ରି ଜଗୁଆଳ

ବ୍ରହ୍ମପୁର ଅଫିସ,୨୮ା୫: ଗଞ୍ଜାମ ଜିଲା ସୋରଡ଼ା ବନାଞ୍ଚଳ ଅଧୀନ ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଏକ ମାମଲା ରଫାଦଫା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ଧରାପଡ଼ି ଗିରଫ ହୋଇଥିଲେ। ଏଥିରେ ସମ୍ପୃକ୍ତ ଥିବା ରାତ୍ରି ଜଗୁଆଳ ଗଣେଶ ପାତ୍ରଙ୍କୁ ମଧ୍ୟ ଗିରଫ କରାଯାଇଥିଲା। ଉଭୟଙ୍କୁ ଗୁରୁବାର ଭିଜିଲାନ୍ସ କେସ୍‌ ନମ୍ବର ୬/୨୦ ଅନୁସାରେ କୋର୍ଟଚାଲାଣ କରିଛି। ସେମାନଙ୍କ ଜାମିନ ନାମଞ୍ଜୁର ହେବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି।
ଘଟଣାରୁ ପ୍ରକାଶ, ସୋରଡ଼ା ଥାନା ଅନ୍ତର୍ଗତ ଢାଉଗାଁର ଗାଙ୍ଗନା ମଣ୍ଡଳଙ୍କୁ ଜଙ୍ଗଲ ଜମି ପଟ୍ଟା ମିଳିଥିଲା। ସେଠାରେ ଗାଙ୍ଗନା ଓ ତାଙ୍କ ସ୍ତ୍ରୀ ରୀନା କିଛି କାଜୁଗଛ ଲଗାଇଥିଲେ। କାଜୁ ଗଛଗୁଡ଼ିକର ସୁରକ୍ଷା ଓ ଅଗ୍ନିକାଣ୍ଡରୁ ରକ୍ଷା ପାଇଁ ସେମାନେ ନିଜର ପଟ୍ଟା ଜମିକୁ ଲାଗିଥିବା କିଛି ସରକାରୀ କିଛି ଗଛ କାଟି ସଫା କରିଦେଇଥିଲେ। ଫଳରେ ବନରକ୍ଷୀ ବିଷ୍ଣୁପ୍ରିୟା ଗାଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ତାଙ୍କୁ ଗିରଫ କରିବାକୁ ଚେତାବନୀ ଦେଇଥିଲେ। ୧୦ ହଜାର ଟଙ୍କା ଲାଞ୍ଚ ଦେଲେ ମାମଲା ରଫାଦଫା କରିବାକୁ ଗାଙ୍ଗନାକୁ ବନରକ୍ଷୀ ଦାଶ କହିଥିଲେ ବୋଲି ସେ ବ୍ରହ୍ମପୁର ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଯୋଜନା ମୁତାବିକ ଗାଙ୍ଗନା ବନରକ୍ଷୀ ବିଷ୍ଣୁପ୍ରିୟାଙ୍କ କାର୍ଯ୍ୟାଳୟକୁ ଯାଇ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ଦେଇଥିଲେ। ବନରକ୍ଷୀ ଅଭିଯୋଗକାରୀଙ୍କଠାରୁ ଉକ୍ତ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri