ଲାଞ୍ଜିଗଡରେ ସାମାଜିକ ଦୂରତାକୁ ବେଖାତିର

ଲାଞ୍ଜିଗଡ,୫ା୫(ଡି.ଏନ୍‌.ଏ): ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଯେତେ ସଚେତନ କରାଗଲେ ମଧ୍ୟ ବୁଝିବାକୁ ନାରାଜ। ବିଭିନ୍ନ ସ୍ଥାନରେ ଲୋକେ ସାମାଜିକ ଦୂରତାକୁ ବେଖାତିର କରୁଛନ୍ତି । କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଦେଖିବାକୁ ମଳିଛି ଏଭଳି ସ୍ଥିତି। ତେଜରାତି ଦୋକାନ ଓ ଆମିଷ ଦୋକାନମାନଙ୍କରେ ଲୋକେ ଦୂରତା ରଖୁ ନଥିବା ପରିଲକ୍ଷିତ ହେଉଛି। ବ୍ଲକର ଦୁର୍ଗମ ଅଞ୍ଚଳରେ ରାସନ ନେବା ସମୟରେ ଲୋକେ ସାମାଜିକ ଦୂରତାକୁ ଭୁଲିଯାଇଥିବା ନଜରକୁ ଆସୁଛି। ଏଭଳିକି ଲାଞ୍ଜିଗଡ ବ୍ଲକରେ ଥିବା ବିଭିନ୍ନ ବ୍ୟାଙ୍କଗୁଡିକରେ ମଧ୍ୟ ଭିଡ ଦେଖିବାକୁ ମଳୁଛି । ବର୍ତ୍ତମାନ ସରକାର ଧନଜନ ଆକାଉଣ୍ଟମାନଙ୍କରେ ମହିଳାମାନଙ୍କ ପାଇଁ ଟଙ୍କା ପଠାଇଛନ୍ତି। ଏହି ଟଙ୍କା ଉଠାଣ ପାଇଁ ବ୍ୟାଙ୍କମାନଙ୍କରେ ପ୍ରବଳ ଭିଡ ହେଉଛି । ଗ୍ରାହକମାନେ ସାମାଜିକ ଦୂରତାକୁ ରକ୍ଷା କରୁ ନାହାନ୍ତି । ବ୍ଲକର ବେନଗାଁ ଓ ମୁଷାନାଳ ବ୍ୟାଙ୍କରେ ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି । ଗୋଟିଏ ସ୍ଥାନରେ ଲୋକେ ଜମା ହୋଇଥିବା ବେଳେ ଅନେକ ଲୋକଙ୍କ ମୁହରେ ମାସ୍କ ମଧ୍ୟ ନଥିବା ଦେଖିବାକୁ ମଳିଥିଲା । ସେହିପରି ପ୍ରଶାସନ ପକ୍ଷରୁ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲିବାକୁ ଅନୁମତି ଥିବା ବେଳେ ସବୁଠି ସାମାଜିକ ଦୂରତାକୁ ଅଣଦେଖା କରାଯାଉଛି । ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri