ଲାବଣ୍ୟଦେଈପୁର ଓ ଶରତ ପଞ୍ଚାୟତବାସୀଙ୍କ ବିକ୍ଷୋଭ

କପ୍ତିପଦା,୧୨ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଶରତ ଓ ଲାବଣ୍ୟଦେଈପୁର ପଞ୍ଚାୟତବାସୀ ବିଭିନ୍ନ ଦାବି ନେଇ ସୋମବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଲାବଣ୍ୟଦେଈପୁର ପଞ୍ଚାୟତ ଅଧୀନରେ ଥିବା ଆଦିବାସୀ ଅଧ୍ୟୁଷିତ ଧନଚତୁରୀ, ହୁଡିସାହି, କଟୁରିଆ, ଶାଣଦେଇ, ପାତାସାହି, ଢିପାସାହି, ଗଜାପଥର, ଗାଇପାଣିଖିଆ ଓ ଚାପଲସାହି ଗ୍ରାମବାସୀ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି ା ସ୍ବାଧୀନତାର ୭୨ବର୍ଷ ପରେ ମଧ୍ୟ ସେମାନଙ୍କର ମାୈଳିକ ସମସ୍ୟା ଯଥା ପାଣି, ଘର, ଭତ୍ତା, ରାଶନକାର୍ଡ, ଜଙ୍ଗଲ ଜମିି ପଟ୍ଟା ଆଦି ସମସ୍ୟାର ସମାଧାନ ହୋଇ ନାହିଁ ା ଏଥିନେଇ ସେମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁି। ଏସମ୍ପର୍କରେ ମାଝୀ ହାଡାମ ଜୟ ମୁର୍ର୍ମୁୁ, କାରାନ ମୁର୍ମୁ, ବାଗାନ ସିଂ, ଶରତ ଚନ୍ଦ୍ର ମୁର୍ମୁ ଓ ମୁଖିଆ ସିଂ ଆଲପାଙ୍କ ନେତୃତ୍ୱରେ ଗ୍ରାମବାସୀ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ବିଡିଓଙ୍କ ଅନୁପସ୍ଥିତିରେ ସହକାରୀ ଯନ୍ତ୍ରୀ ସଦାଶିବ ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିପତ୍ର ମୁତାବକ ଆଗାମୀ ୩ମାସ ମଧ୍ୟରେ ଯଦି ସେମାନଙ୍କର ମାୈଳିକ ସମସ୍ୟାଗୁଡ଼ିକର ସମାଧାନ ନ ହୁଏ ତେବେ ସେମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଶତାଧିକ ଆଦିବାସୀ ମହିଳାପୁରୁଷ କପ୍ତିପଦାଠାରେ ଉଦଳା-କପ୍ତିପଦା ଓ ବାଲେଶ୍ୱର ରାସ୍ତାକୁ ଅବରୋଧ କରିବେ ବୋଲି କହିଛନ୍ତି ା
ସେହିପରି ଶରତ ପଞ୍ଚାୟତର ୱାର୍ଡ ନଂ.୨ରେ ଥିବା ବିଦ୍ୟାଳୟଠାରୁ ବାଲେସାହି ରାସ୍ତା ନିର୍ମାଣ, ପାରାଏ ଘରଠାରୁ ସିମଲ ଘର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଓ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି। ସରକାର ଆଦିବାସୀମାନଙ୍କ ପାଇଁ ବିଭିନ୍ନ ଜନାଭିମୁଖୀ ଯୋଜନା ପ୍ରସ୍ତୁତ କରୁଥିବା ବେଳେ କେତେକ ପ୍ରଶାସନିକ ଅଧିକାରୀଙ୍କ ପାଇଁ ଏହାର ସଫଳ ରୂପାୟନ ସେମାନଙ୍କ ନିକଟରେ ପହଞ୍ଚି ପାରୁ ନ ଥିବାର ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ଏହିଭଳି ଆଦିବାସୀ ମାରଣ ନୀତି ବନ୍ଦ ନ କଲେ ଆଗାମୀ ଦିନରେ ଏହା ଆନ୍ଦୋଳନର ରୂପ ନେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଡିଓ ବିଶ୍ୱଜିତ ପଣ୍ଡାଙ୍କୁ ପଚାରିବାରୁ ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସହିତ କଥା ହୋଇ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri