Posted inଖେଳ

ଲାବୁସେନଙ୍କ ଶତକ: ଅଷ୍ଟ୍ରେଲିଆ ୨୮୩/୩

ସିଡନୀ,୩।୧(ଏଏଫ୍‌ପି): ଇନ୍‌ଫର୍ମ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନଙ୍କ ଅପରାଜିତ ଶତକ ଓ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍‌ରେ ଭଲ ଆରମ୍ଭ କରିଛି। ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୯୦ ଓଭରରେ ୩ ଉଇକେଟ ହରାଇ ୨୮୩ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ମାର୍ନସ ଲାବୁସେନ ୧୩୦ ଓ ମାଥ୍ୟୁ ଓ୍ବେଡ ୨୨ ରନକରି ଅପରାଜିତ ରହିଛନ୍ତି।
ଦକ୍ଷିଣ ଆଫ୍ରିକା ଜନ୍ମିତ ଲାବୁସେନ ୨୧୦ଟି ବଲର ସମ୍ମୁଖୀନ ହୋଇ ୧୨ ଚୌକା ଓ ୧ ଛକା ସହ ଶତକୀୟ ପାଳି ଖେଳିଛନ୍ତି। ଏଥିସହିତ ଗତ ୭ଟି ଟେଷ୍ଟ ମ୍ୟାଚ୍‌ରେ ଲାବୁସେନ କ୍ୟାରିୟରର ଚତୁର୍ଥ ଶତକ ହାସଲ କରିଛନ୍ତି। ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ସେ ଏହି ସଫଳତା ହାସଲ କରିଛନ୍ତି। ୩ ନମ୍ବରରେ ବ୍ୟାଟିଂ କରିବାକୁ ଆସି ଲାବୁସେନ ଗତବର୍ଷ ବେଶ୍‌ ସଫଳ ରହିଥିଲେ। ସେ ୬୪.୯୪ ରନ ହାରରେ ୧୧୦୪ ରନ ସଂଗ୍ରହ କରିଛନ୍ତି। ନୂଆବର୍ଷରେ ମଧ୍ୟ ପ୍ରଥମ ଟେଷ୍ଟ ଖେଳି ସେ ଏହି ସଫଳତା ଦୋହରାଇଛନ୍ତି ଓ ଚଳିତ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ଦ୍ୱିତୀୟ ଶତକ ଅର୍ଜନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଷ୍ଟିଭ୍‌ ସ୍ମିଥ୍‌ ୬୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି କଲିନ ଡି ଗ୍ରାଣ୍ଡହୋମଙ୍କ ବଲରେ ପ୍ରଥମ ସ୍ଲିପ୍‌ରେ ରସ୍‌ ଟେଲରଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ୧୮୨ଟି ବଲର ସମ୍ମୁଖୀନ ହୋଇ ୪ ଚୌକା ସହ ସେ କ୍ୟାରିୟରର ୨୮ତମ ଟେଷ୍ଟ ଅର୍ଦ୍ଧଶତକ ଅର୍ଜନ କରିଛନ୍ତି। ତୃତୀୟ ଉଇକେଟ ଯୋଡିରେ ସ୍ମିଥ୍‌ ଓ ଲାବୁସେନ ୧୫୬ ରନ ସଂଗ୍ରହ କରିଥିଲେ। ଓପନର ଜୋ ବନର୍‌ସ ୧୮ ରନ କରିଥିବା ବେଳେ ଗ୍ରାଣ୍ଡହୋମଙ୍କ ବଲ୍‌ରେ ପ୍ରଥମ ସ୍ଳିପ୍‌ରେ ଟେଲରଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଅଭିଜ୍ଞ ଓପନର ଡେଭିଡ ଓ୍ବାର୍ନର ପୁଣି ଥରେ ଲେଗ୍‌ ସାଇଡ୍‌ରେ ଧରା ପଡିଥିଲେ। ଲଞ୍ଚ୍‌ ପରେ ତୃତୀୟ ବଲରେ ହିଁ ସେ ଆଉଟ ହୋଇଥିଲେ। ୪୫ ରନ କରି ଜମି ଆସୁଥିବା ବେଳେ ନିଲ ଓ୍ବାଗନରଙ୍କ ବଲ୍‌ରେ ଲେଗ୍‌ ଗଲିରେ ଗ୍ରାଣ୍ଡହୋମଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଚତୁର୍ଥ ଥର ପାଇଁ ଏହି ସିରିଜରେ ଓ୍ବାର୍ନରଙ୍କୁ ଆଉଟ କରିଛନ୍ତି ଓ୍ବାଗନର। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଗ୍ରାଣ୍ଡହୋମ ୨ ଓ ଓ୍ବାଗନର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଏହା ପୂର୍ବରୁ ମେଲବୋର୍ନରେ ଅନୁଷ୍ଠିତ ବକ୍ସିଂ ଡେ ଟେଷ୍ଟରେ ନ୍ୟୁଜିଲାଣ୍ଡ ୨୪୭ ରନରେ ପରାସ୍ତ ହୋଇଥିଲା। ନ୍ୟୁଜିଲାଣ୍ଡ ଦଳରେ ୫ଟି ପରିବର୍ତ୍ତନ କରିଥିଲା। ପ୍ରଥମ ଟେଷ୍ଟରେ ମଧ୍ୟ ନ୍ୟୁଜିଲାଣ୍ଡ ୨୯୬ ରନରେ ପରାସ୍ତ ହୋଇଥିଲା। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଅଷ୍ଟ୍ରେଲିଆ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ତୃତୀୟ ମ୍ୟାଚ୍‌ରେ ବିଜୟୀ ହେଲେ ଅଷ୍ଟ୍ରେଲିଆ କ୍ଲିନ୍‌ ସୁଇପ୍‌ କରିବ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୯୦ ଓଭରରେ ୨୮୩/୩


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri