Posted inଜାତୀୟ

ଲାଲ୍‌ ଆତଙ୍କ: ୧୦ ବର୍ଷରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦ ଯବାନ ହେଲେଣି ଶହୀଦ୍‌

ନୂଆଦିଲ୍ଲୀ,୨।୫: ଦେଶର ୧୧ଟି ରାଜ୍ୟର ୯୦ ଜିଲାରେ ଲାଲ୍‌ ଆତଙ୍କ ଜାରି ରହିଛି। ୨୦୦୯ଠାରୁ ଗତ ୧୦ ବର୍ଷ ମଧ୍ୟରେ ମାଓବାଦୀଙ୍କ ଆକ୍ରମଣରେ ୧୧ଶହ ୫୦ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ସେହିପରି ୧୩ଶହରୁ ଅଧିକ ଆହତ ହୋଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ପଶ୍ଚିମବଙ୍ଗ ନକ୍ସଲବାଡ଼ିରୁ ଆରମ୍ଭ ହୋଇଥିବା ମାଓବାଦୀ ଆକ୍ରମଣ ଏବେ ଦେଶରେ କାୟା ବିସ୍ତାର ଜାରି ରଖିଛି। ମାଓବାଦୀ ଦମନ ପାଇଁ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ୨୦୨୩ ସୁଦ୍ଧା ଦେଶକୁ ମାଓବାଦୀମୁକ୍ତ କରିବା ପାଇଁ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତତ ହୋଇଛି। ଛତିଶଗଡ଼, ଓଡ଼ିଶା, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶ, ବିହାର, ଝାଡ଼ଖଣ୍ଡ, ତେଲେଙ୍ଗାନା, ଉତ୍ତରପ୍ରଦେଶ,ପଶ୍ଚିମବଙ୍ଗ ଆଦି ରାଜ୍ୟରେ ମାଓବାଦୀଙ୍କ ରେଡ୍‌ କରିଡ଼ର ପରିବ୍ୟାପ୍ତ ହୋଇଛି। ଏଠାରେ ମାଓବାଦୀ କାର୍ଯ୍ୟକଳାପ ଉପରେ ରୋକ ପାଇଁ ମିଳିତ ସୁରକ୍ଷାବାହିନୀଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ଥିବା ରିପୋର୍ଟରେ ଦର୍ଶାଯାଇଛି। ମାଓବାଦୀଙ୍କ ଆକ୍ରମଣରେ ୨୦୧୦ରେ ୧୧୯୪ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୨୦୧୧ରେ ୬୦୬, ୨୦୧୨ରେ ୩୭୪, ୨୦୧୩ରେ ୪୧୮, ୨୦୧୪ରେ ୩୪୯, ୨୦୧୫ରେ ୨୫୫, ୨୦୧୬ରେ ୪୩୨ ଜଣ ଲୋକଙ୍କର ମୃତ୍ୟୁ ଘଟିଥିଲା। ୨୦୧୭ରେ ୩୩୫ ଜଣ ଲୋକଙ୍କ ମୃତ୍ୟୁ ମାଓବାଦୀଙ୍କ ଆକ୍ରମଣରେ ଘଟିଥିଲା। ସେହିପରି ୨୦୧୮ରେ ୪୧୨ ଜଣ ଏବଂ ୨୦୧୯ରେ ବର୍ତ୍ତମାନ ସୁଦ୍ଧା ୯୨ ଲୋକଙ୍କର ମୃତ୍ୟୁ ଘଟିଥିବା ରିପୋର୍ଟ ପ୍ରକାଶ ପାଇଛି। ମୃତକଙ୍କ ମଧ୍ୟରେ ସାଧାରଣ ଲୋକ, ଯବାନ ତଥା ମାଓବାଦୀ ଥିବା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri