ଲିଙ୍କ୍‌ ଫେଲ ହେବାରୁ କାର୍ଯ୍ୟ ଠପ୍‌:ପରିବହନ କାର୍ଯ୍ୟାଳୟରେ ଉତ୍ତେଜନା

ଢେଙ୍କାନାଳ ଅଫିସ,୩ା୧୨
ଲାଇସେନ୍ସ, ଗାଡ଼ି କାଗଜପତ୍ର କରାଇବାକୁ ସୋମବାର ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଆସିଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ସକାଳ ୧୦ଟାରୁ ଇଣ୍ଟରନେଟ୍‌ ଲିଙ୍କ୍‌ ଫେଲ୍‌ ହୋଇଯିବାରୁ ନୂତନ ଲାଇସେନ୍ସ, ଫିଟନେସ ଯାଞ୍ଚ, ଗାଡି ପଞ୍ଜୀକରଣ ଆଦି ସମସ୍ତ କାର୍ଯ୍ୟ ଠପ୍‌ ହୋଇଯାଇଥିଲା। ଫଳରେ ସକାଳୁ ଜିଲାର ବିଭିନ୍ନ ଅଞ୍ଚଳରୁ ଆସି ଲମ୍ବାଲାଇନ ଲଗାଇଥିବା ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଅପରାହ୍ନ ୨ଟାରେ କର୍ମଚାରୀମାନେ କାଉଣ୍ଟର ବନ୍ଦ କରିଦେବାରୁ ଧାଡିରେ ଛିଡା ହୋଇଥିବା ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ପରେ ବହୁ ସଂଖ୍ୟାରେ ଲୋକେ କାର୍ଯ୍ୟାଳୟ ସମ୍ମୁଖ ସହରର ପ୍ରମୁଖ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଏଥିଯୋଗୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖବରପାଇ ଏସ୍‌ଆଇ ଚନ୍ଦ୍ରକାନ୍ତ ସେଠୀଙ୍କ ନେତୃତ୍ୱରେ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରିଥିଲେ। ପରେ ପୋଲିସ ଉପସ୍ଥିତିରେ କେତେଜଣ ଲୋକ ନୂତନ ଭାବେ ଯୋଗ ଦେଇଥିବା ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମାଝିଙ୍କୁ ସେମାନଙ୍କ ଅଭିଯୋଗ ଜଣାଇଥିଲେ ା ଲିଙ୍କ୍‌ ଫେଲ ଯୋଗୁ କାର୍ଯ୍ୟ ହୋଇ ନ ଥିବା ଲୋକମାନଙ୍କୁ ଆସନ୍ତା ରବିବାର ସକାଳ ୧୦ଟାରୁ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ପୁଣିଥରେ ସମୟ ଦିଆଗଲା ବୋଲି ଆରଟିଓଙ୍କ ପକ୍ଷରୁ ଏକ ନୋଟିସ ଜାରି କରାଯିବା ପରେ ଉତ୍ତେଜନା ଥମିଥିଲା ା ଏ ସମ୍ପର୍କରେ ଆରଟିଓ ଅଧିକାରୀ ମାଝି କୁହନ୍ତି, ସକାଳ ୧୦ଟାରୁ ଲିଙ୍କ୍‌ ଫେଲ ହେବା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିଲା। ଯେଉଁମାନଙ୍କର କାର୍ଯ୍ୟ ହୋଇପାରିନାହିଁ, ସେମାନଙ୍କ ପାଇଁ ଆସନ୍ତା ରବିବାର ଦିନ ଧାର୍ଯ୍ୟ କରାଯାଇଛି। ଆଗାମୀ ଦିନରେ କାମାକ୍ଷାନଗରଠାରେ ଏକ ଶିବିର କରାଯାଇ ଉକ୍ତ ଉପଖଣ୍ଡ ଅଞ୍ଚଳ ନିମନ୍ତେ ଲୋକଙ୍କ ସୁବିଧା ପାଇଁ ଯାନବାହନ ସମ୍ପର୍କିତ କାଗଜପତ୍ର କାର୍ଯ୍ୟ କରାଯିବ ବୋଲି ଆରଟିଓ ସୂଚନା ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri