ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ଼ ଘଟଣା

ପୁରୁଣା ଭୁବନେଶ୍ୱର,୫ା୧୧(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ତାଲା ପକାଇ ଆକ୍ରମଣ କରିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅପରପକ୍ଷେ ଅଭିଯୋଗପତ୍ରରେ ଅଭିଯୁକ୍ତ ୨ ସେବାୟତଙ୍କ ନାମରେ ହୋଇଥିବା ଅଭିଯୋଗକୁ ଅନୁଧ୍ୟାନ କରାଯାଇ କିଛି ଦଫା କୋହଳ ପାଇଁ ଦୁଇ ସେବାୟତ ନିଯୋଗ ପକ୍ଷରୁ ଗୁହାରି କରାଯାଇଛି। ଏହାପରେ କମିଶନରେଟ ପୋଲିସର ଜୋନ-୨ ଏସିପି ସିସିଟିଭି ଯାଞ୍ଚ କରିବା ସହ ଘଟଣାର ତଦନ୍ତ କରିବାକୁ ଡିସିପି ଅନୁପ ସାହୁ ନିର୍ଦ୍ଦେଶ ଦେଇଛନ୍ତି।
ଜଣେ ସରକାରୀ କର୍ମଚାରୀ ବା ଅଧିକାରୀ କାର୍ଯ୍ୟ ସମ୍ପାଦନବେଳେ କେହିବ୍ୟକ୍ତି ବିଶେଷ ହୁଅନ୍ତୁ କିମ୍ବା ଗୋଷ୍ଠୀ ବିନା ଅନୁମତିରେ ତାଲା ପକାଇବା, ଗାଳିଗୁଲଜ କରିବା ଭଳି କାର୍ଯ୍ୟକରି ବିଶୃଙ୍ଖଳା ସୃଷ୍ଟି କରିବା ଆଇନତଃ ଦଣ୍ଡନୀୟ। ତେଣୁ ୨ ନିଯୋଗ ପକ୍ଷରୁ ଏଭଳି କୌଣସି ଅନୁମତି ନେଇ ଧାରଣା ଦେବା ଓ ତାଲା ପକେଇବା କାର୍ଯ୍ୟ କରାଯାଇ ନ ଥିବା ପୋଲିସ କହିଛି। ସିସିଟିଭି ଯାଞ୍ଚ ଏବଂ ପାରିପାର୍ଶ୍ୱିକ ଅବସ୍ଥାକୁ ଦେଖି ତଦନ୍ତ ଅଧିକାରୀ କିଛି ଦଫା କମାଇବା କିମ୍ବା ଅନୁରୂପ ଭାବେ ଅନ୍ୟକିଛି ଦଫା ସଂଲଗ୍ନ କରିବାର ଆଇନ ରହିଛି।
ସୂଚନାଯୋଗ୍ୟ, ଗତ ଅକ୍ଟୋବର ୩୦ରେ ୨ ନିଯୋଗ ସମ୍ପାଦକଙ୍କ ସମେତ ୧୦ରୁ ଊର୍ଦ୍ଧ୍ୱ ସେବାୟତ ଉକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସ୍ଥାନରେ ଜଣେ ଓଏଏସ୍‌ କ୍ୟାଡରର ଅଧିକାରୀ ନିଯୁକ୍ତି ଦାବି ନେଇ ପ୍ରତିବାଦ କରିଥିଲେ। ଏହି ସମୟରେ ଆକ୍ରମଣ ହୋଇଥିବା ଅଭିଯୋଗ କରାଯାଇଛି। ଏ ନେଇ ହାଇକୋର୍ଟ ସିନିୟର ଆଇନଜୀବୀ ଏସ.କେ. ଭଞ୍ଜଦେବ କୁହନ୍ତି, ଏପରି ସମ୍ବେଦନଶୀଳ ଘଟଣାରେ କିଛି ଦଫା କୋହଳ କରିବାର କ୍ଷମତା ପୋଲିସର ରହିଛି। ମାତ୍ର ସମସ୍ତ ବିଷୟ ଅନୁସନ୍ଧାନ କରାଯାଇ ଅଭିଯୁକ୍ତଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri