ଲିଫ୍ଟ ବେସ୍‌ରେ ନିଆଁ, ଦୌଡ଼ିଲେ କର୍ମଚାରୀ

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ଏକ ଖବରକାଗଜ ସଂସ୍ଥା କାର୍ଯ୍ୟାଳୟର ଲିଫ୍ଟ ବେସ୍‌ରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଷଷ୍ଠ ମହଲା ପର୍ଯ୍ୟନ୍ତ ଧୂଆଁ ବ୍ୟାପିଯାଇଥିଲା। ଏହାଦେଖି କାର୍ଯ୍ୟାଳୟରେ ଆତଙ୍କ ଖେଳିଯାଇଥିଲା। କର୍ମଚାରୀମାନେ ଭୟଭୀତ ହୋଇପଡିବା ସହ ଚିତ୍କାର କରି ଶିଡିରେ ତଳକୁ ଦୌଡ଼ିଥିଲେ। ଖବର ପାଇ କଳ୍ପନା ଦମକଳ କେନ୍ଦ୍ରରୁ ଅଗ୍ନିଶମବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଫଳରେ ବଡ଼ ଧରଣର ବିପଦ ଆଶଙ୍କାକୁ ଏଡାଇ ଦିଆଯାଇଥିବା ଜଣାପଡ଼ିଛି।
ସୂଚନା ମୁତବାକ, ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଶିଳ୍ପାଞ୍ଚଳରେ ଏକ ଦୈନିକ ଓଡ଼ିଆ ଖବରକାଗଜ କାର୍ଯ୍ୟାଳୟ ରହିଛି। ଅପରାହ୍ନ ପ୍ରାୟ ସାଢେ ୧ଟା ବେଳେ ଅଗ୍ନିକାଣ୍ଡ ଘଟିଥିଲା। ପ୍ରଥମ ମହଲାରେ ଥିବା ଲିଫ୍ଟ ବେସ୍‌ର ଫାଙ୍କା ସ୍ଥାନରେ ଅଦରକାରୀ କାଗଜ ଓ ଅଳିଆ ଜମାହୋଇ ରହିଥିଲା। ହଠାତ୍‌ ସେଥିରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଥିଲା। କେହି ସିଗାରେଟ କିମ୍ବା ବିଡି ଟାଣିସାରିବା ପରେ ସେଠାରେ ଫିଙ୍ଗି ଦେବାରୁ ନିଆଁ ଲାଗିଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri