Posted inଖେଳ

ଲିୟନଙ୍କୁ ୫ ଉଇକେଟ: ଅଷ୍ଟ୍ରେଲିଆ ନିୟନ୍ତ୍ରଣରେ ସିଡନୀ ଟେଷ୍ଟ

ସିଡନୀ,୫।୧(ଏଏଫ୍‌ପି)- ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସର ମାର୍ନସ ଲାବୁସେନଙ୍କ ଶତକ ସହାୟତାରେ ୧୫୦.୧ ଓଭରରେ ୪୫୪ ରନ କରି ଅଲଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ନ୍ୟୁଜିଲାଣ୍ଡ ସ୍ପିନର ନାଥନ ଲିୟନଙ୍କର ସଫଳ ମୁକାବିଲା କରି ନ ପାରି ୯୫.୪ ଓଭରରେ ୨୫୧ ରନ କରି ଅଲଆଉଟ ହୋଇଥିଲା। ଫଳରେ ଅଷ୍ଟ୍ରେଲିଆ ୨୦୩ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଅଷ୍ଟ୍ରେଲିଆ ରବିବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୬ ଓଭରରେ କୌଣସି ଉଇକେଟ ନ ହରାଇ ୪୦ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ଦୁଇ ଦିନ ବାକି ଥିବା ବେଳେ ୧୦ ଉଇକେଟ ହାତରେ ରଖି ଅଷ୍ଟ୍ରେଲିଆ ମୋଟ ଉପରେ ୨୪୩ ରନର ବୃହତ୍‌ ଅଗ୍ରଣୀ ହାସଲ କରି ମ୍ୟାଚ୍‌କୁ ନିଜର ନିୟନ୍ତ୍ରଣକୁ ଆଣିଛି। ଷ୍ଟମ୍ପ ଅପସାରଣ ବେଳକୁ ଦୁଇ ଓପନର ଡେଭିଡ ଓ୍ବାର୍ନର ୨୩ ଓ ଜୋ ବନର୍‌ସ ୧୬ ରନକରି ଅପରାଜିତ ରହିଛନ୍ତି। ଏହି ମ୍ୟାଚ୍‌ରେ ବିଜୟୀ ହେଲେ ଅଷ୍ଟ୍ରେଲିଆ ୩-୦ରେ ସିରିଜ କ୍ଲିନ୍‌ ସୁଇପ୍‌ କରିବ।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୬୩/୦ରୁ ଖେଳ ଆରମ୍ଭ କରି ନ୍ୟୁଜିଲାଣ୍ଡ ରବିବାର ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଟମ୍‌ ଲଥାମ ୨୬ରୁ ଖେଳ ଆରମ୍ଭ କରି ୪୯ ରନ କରି ଆଉଟ ହୋଇଥିଲେ। ସେହିପରି ଅନ୍ୟତମ ଓପନର ଟମ୍‌ ବ୍ଲଣ୍ଡେଲ ୩୪ ରନରୁ ଖେଳ ଆରମ୍ଭ କରିଥିଲେ ମଧ୍ୟ ଆଉ ଅଧିକ ରନ୍‌ ସଂଗ୍ରହ କରି ନ ପାରି ପ୍ୟାଭିଲିୟନ ଫେରିଥିଲେ। ଏହାପରେ ନ୍ୟୁଜିଲାଣ୍ଡ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଭଲ ଆରମ୍ଭ କରିଥିଲେ ମଧ୍ୟ ନ୍ୟୁଜିଲାଣ୍ଡ ବଡ଼ ସ୍କୋର ହାସଲ କରି ନ ଥିଲା। ଦଳ ତରଫର ଗ୍ଲେନ୍‌ ଫିଲିପ୍ସ ସର୍ବାଧିକ ୫୨ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିତ ରାଭାଲ ୩୧, ଅଭିଜ୍ଞ ରସ୍‌ ଟେଲର ୨୨, କଲିନ ଡି ଗ୍ରାଣ୍ଡହୋମ ୨୦, ଉଇକେଟକିପର ବିଜେ ଓ୍ବାଟଲିଂ ୯, ମ୍ୟାଟ ହେନେରୀ ୩ ରନ କରି ଆଉଟ ହୋଇଥିବା ବେଳେ ଟୋଡ ଆସେଲେ ୨୫ ରନ କରି ଅପରାଜିତ ରହିଥିଲେ। ଓ୍ବିଲିୟମ ସମରଭିଲେ ଓ ନିଲ ଓ୍ବାଗନର ଖାତା ଖେଳିପାରି ନ ଥିଲେ। ଆଉ ୨୦ ରନ ସଂଗ୍ରହ କରିଥିଲେ ଟେଲର ନ୍ୟୁଜିଲାଣ୍ଡର ସର୍ବାଧିକ ଟେଷ୍ଟ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ସାବ୍ୟସ୍ତ ହୋଇଥାନ୍ତେ ଓ ଷ୍ଟିଫେନ୍‌ ଫ୍ଲେମିଙ୍ଗ୍‌ (୭,୧୭୨)ଙ୍କୁ ପଛରେ ପକାଇଥାନ୍ତେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ଅଭିଜ୍ଞ ସ୍ପିନର ନାଥନ ଲିୟନ ସର୍ବାଧିକ ୫ ଉଇକେଟ ଅକ୍ତିଆର କରିଛନ୍ତି। ଏଥିସହିତ ସେ କ୍ୟାରିୟରର ୩୮୫ ଟେଷ୍ଟ ଉଇକେଟ ହାସଲ କରିଛନ୍ତି। ସେହିପରି ପ୍ୟାଟ୍‌ କୁମିନ୍ସ ୩ ଓ ମିଚେଲ ଷ୍ଟାର୍କ ଗୋଟିଏ ଉଇକେଟ ହାସଲ କରିଥିଲେ।
ପୂର୍ବରୁ ପର୍ଥରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୨୯୬ ରନରେ ବିଜୟ ହାସଲ କରିଥିଲା। ସେହିପରି ମେଲବୋର୍ନରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ମଧ୍ୟ ଅଷ୍ଟ୍ରେଲିଆ ୨୪୭ ରନରେ ବିଜୟୀ ହୋଇ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଥିଲା।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୧୫୦.୧ ଓଭରରେ ୪୫୪ ଅଲଆଉଟ।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ-୯୫.୪ ଓଭରରେ ୨୫୧ ଅଲଆଉଟ
(ଫିଲିପ୍ସ- ୫୨, ଲଥାମ- ୪୯, ବ୍ଲଣ୍ଡେଲ- ୩୪, ରାଭାଲ- ୩୧, ଟେଲର- ୨୨, ଆସଲେ- ୨୫*, ଗ୍ରାଣ୍ଡହୋମ- ୨୦, ଲିୟନ-୫/୬୮, କୁମିନ୍ସ- ୩/୪୪, ଷ୍ଟାର୍କ- ୧/୫୭)।
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ- ୧୬ ଓଭରରେ ୪୦/୦
(ଓ୍ବାର୍ନର- ୨୩*, ବନର୍‌ସ-୧୬*)


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri