Posted inଖେଳ

ଲୁକା କିଲିଆନ କରୋନା ଭାଇରସ୍‌ରେ ଆକ୍ରାନ୍ତ

ବର୍ଲିନ,୧୪ା୩ (ଏଏଫ୍‌ପି): ବୁଣ୍ଡେସଲିଗା ଟିମ୍‌ ପ୍ୟାଡରବର୍ନର ଲୁକା କିଲିଆନ ନାମକ ୨୦ ବର୍ଷୀୟ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଫୀଡ଼ିତ ହୋଇଛନ୍ତି। ଫଳରେ ତାଙ୍କ ଫୁଟ୍‌ବଲ ଦଳର ସମସ୍ତଙ୍କ ସମେତ ୪୫ଜଣଙ୍କୁ ଏବେ ପୃଥକ୍‌ ସ୍ଥାନରେ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ୨୦ବର୍ଷୀୟ କିଲିଆନ ମାର୍ଚ୍ଚ ୫ରୁ ଏପର୍ଯ୍ୟନ୍ତ ଯେଉଁମାନଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଅଲଗା ସ୍ଥାନରେ ଏକ ଆପାର୍ଟମେଣ୍ଟରେ ରଖାଯାଇଛି। ପ୍ୟାଡରବର୍ନ ଫୁଟ୍‌ବଲ ଟିମ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହେବାରେ କିଲିଆନ ହେଉଛନ୍ତି ଜର୍ମାନୀର ପ୍ରଥମ ଫୁଟ୍‌ବଲ ଖେଳାଳି। ସୂଚନାଯୋଗ୍ୟ, ପ୍ୟାଡରବର୍ନ ଟିମ୍‌ ଗତବର୍ଷ ଜର୍ମାନୀର ପ୍ରଥମ ଡିଭିଜନ ଲିଗ୍‌କୁ ପଦୋନ୍ନତି ପାଇଥିଲା। ଦଳ ବର୍ତ୍ତମାନ ଲିଗ୍‌ରେ ୨୫ଟି ମ୍ୟାଚରୁ ୧୬ ପଏଣ୍ଟ ସହ ପଏଣ୍ଟ ଟେବୁଲର ସର୍ବନିମ୍ନ ସ୍ଥାନରେ ରହିଛି। କରୋନା ଭାଇରସ ଆତଙ୍କ ଯୋଗୁ ବୁଣ୍ଡେସଲିଗା ଏହାର ପ୍ରଥମ ଡିଭିଜନ ଟୁର୍ନାମେଣ୍ଟକୁ ତୁରନ୍ତ ସ୍ଥଗିତ ରଖିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧପରେ ପ୍ରଥମ ଥର ଟୁର୍ନାମେଣ୍ଟକୁ ଅଧାରୁ ସ୍ଥଗିତ ରଖାଯାଇଛି। ଫଳରେ ବର୍ତ୍ତମାନ ୟୁରୋପର ସମସ୍ତ ୫ ଟପ୍‌ ଲିଗ୍‌କୁ ସସ୍‌ପେଣ୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?