Posted inଜାତୀୟ

ଲୁଙ୍ଗି, ଚପଲ ପିନ୍ଧି ଗାଡି ଚଳାଇବା ଉପରେ ମତ ରଖିଲେ ପରିବହନ ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଆରମ୍ଭ ହେବାପରେ ଲୋକଙ୍କ ବହୁ ସଂଖ୍ୟାରେ ଚାଲାଣ କଟୁଥିବା ଦେଖିବାକୁ ମିଳିଛି। ନିକଟରେ ଲୁଙ୍ଗି ଓ ଚପଲ ପିନ୍ଧି ଗାଡି ଚଳାଇଲେ ବି ଚାଲାଣ କଟିବ ବୋଲି ଶୁଣିବାକୁ ମିଳିଥିଲା। ହେଲେ ଏନେଇ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଟୁଇଟ କରି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହା ସମ୍ପର୍ଣ୍ଣ ଗୁଜବ। ଏଥିରୁ ଦୂରେଇ ରହିବା ପାଇଁ ସେ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଲୁଙ୍ଗି ଓ ଚପଲ ପିନ୍ଧି ଗାଡି ଚଳାଇଲେ କୌଣସି ପ୍ରକାର ଚାଲାଣ କଟାଯିବ ନାହିଁ। ଏଥିସହ ଗାଡ଼ିର କାଚ ମଇଳା ହେବା, ଗାଡିରେ ଅଧିକ ବଲ ରଖିବା କି ଚପଲ ପିନ୍ଧି ଗାଡ଼ି ଚଳାଇବା ଉପରେ ଚାଲାଣ କଟାଯିବା ନେଇ କୌଣସି ଆଇନ ବ୍ୟବସ୍ଥା ନାହିଁ ବୋଲି ଗଡ଼କରୀ କହିଛନ୍ତି। ତେବେ ସଡକ ସୁରକ୍ଷା ଆଇନକୁ ନେଇ କିଛି ଗଣମାଧ୍ୟମ ଲୋକଙ୍କୁ ଭ୍ରମିତ କରାଉଛନ୍ତି ବୋଲି ପରିବହନ ମନ୍ତ୍ରୀ କହିଛନ୍ତି। ଯେଉଁଥିରୁ ଚାଳକମାନେ ହନ୍ତସନ୍ତ ହେବା ସହ ମିଥ୍ୟା ଗୁଜବର ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri