ବିଞ୍ଝାରପୁର,୨୬|୬(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ ଅଞ୍ଚଳରେ ୭୦ରୁ ପ୍ରତିଶତରୁ ଊର୍ଦ୍ଧ୍ୱ ଲୋକେ ଚାଷ ଉପରେ ନିର୍ଭର କରନ୍ତି। ପ୍ରତିବର୍ଷ ବ୍ଲକର ବିଭିନ୍ନ ରାଜସ୍ବ ମୌଜାରେ ପ୍ରାୟତଃ ୧୪ହଜାର ହେକ୍ଟର ଜମିରେ ଖରିଫ ଫସଲ ହୋଇଥାଏ। କିନ୍ତୁ ଅଧିକାଂଶ ଅଞ୍ଚଳରେ ଜଳସେଚନର ସୁବିଧା ହୋଇ ନ ଥିବାରୁ ଚାଷ ପାଇଁ ବର୍ଷା ଜଳ ଉପରେ ନିର୍ଭର କରିବାକୁ ପଡୁଛି। ଚଳିତ ବର୍ଷ ମୌସୁମୀଜନିତ ଭଲ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଥିଲା। ଏହାକୁ ଦୃଷ୍ଟିରେ ରଖି ବହୁ ଚାଷୀ ଚାଷ ପାଇଁ ମନ ବଳାଇଥିଲେ। ଏ ନେଇ ସମବାୟ ବିଭାଗ ନିକଟରୁ ବିହନ ମଧ୍ୟ କିଣି ସାରିଛନ୍ତି। ହେଲେ ଜୁ୍ନ୍ ଶେଷ ହେବାକୁ ବସିଥିଲେ ମଧ୍ୟ ମୌସୁମି ବର୍ଷା ହୋଇ ପାରି ନାହଁି। ସାଧାରଣତଃ ରଜପର୍ବ ପରେ ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିଥାଏ। ହେଲେ ଚଳିତ ବର୍ଷ ବର୍ଷା ଅଭାବରୁ ଅଧିକାଂଶ ଜମି ଚାଷ ହୋଇ ମଧ୍ୟ ପଡିଆ ପଡିଛି। ଅପରପକ୍ଷେ କେତେକ ଚାଷୀ କାଳବୈଶାଖୀ ଜନିତ ବର୍ଷା ପରେ ଜମିରେ ଧାନ ବୁଣିଥିଲାବେଳେ ତାହା ଏବେ ବର୍ଷା ଅଭାବରୁ ଭୂଇଁରୁ ଉଠି ପାରୁନାହିଁ। ଯଦି ଆସନ୍ତା ସପ୍ତାହ ମଧ୍ୟରେ ବର୍ଷା ନ ହୁଏ ତେବେ ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବ ବୋଲି ବହୁ ଚାଷୀ କହିଛନ୍ତି। ବର୍ତ୍ତମାନ ଧାନ ବୁଣା ରୁଆ ସମୟ ହୋଇଥିଲେ ମଧ୍ୟ ମୌସୁମୀ ନ ଆସିବା ନେଇ ଖରିଫ ଫସଲ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି।
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…
କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…
ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ
ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…
ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି
ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…
ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…
ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ
ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…
Archives

