ଲୁଟେରାଙ୍କୁ କାବୁ କରି ନିର୍ଧୁମ୍‌ ମାଡ଼: ୨ ଗିରଫ, ବାଇକ୍‌ ଜବତ

ରୂପ୍‌ସା, ୧୬।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରେ ଶନିବାର ସ୍ଥାନୀୟ ଲୋକେ ୨ଜଣ ଲୁଟେରାଙ୍କୁ କାବୁ କରି ନିର୍ଧୁମ ମାଡ଼ ମାରିଛନ୍ତି। ଥାନାଧିକାରୀ ସୁଚନ୍ଦ୍ର ମହାଳିକ ସଦଳବଳେ ପହଞ୍ଚତ୍ ୨ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।
ଆଙ୍କୋ ଗ୍ରାମର ରନତ୍ାକର ବେହେରା ଅପରାହ୍ନରେ ରୂପ୍‌ସା ୟୁନାଇଟେଡ଼ ବ୍ୟାଙ୍କରୁ ୨୦ହଜାର ଟଙ୍କା ଉଠାଇ ଘରକୁ ଫେରୁଥିଲେ। ୨ଜଣ ଲୁଟେରା ତାଙ୍କୁ ପିଛା କରି ଆଙ୍କୋ ୟୁପି ସ୍କୁଲ ନିକଟରୁ ୨୦ହଜାର ଟଙ୍କା ଲୁଟ୍‌ କରି ଦ୍ରୁତ ବେଗରେ ପଳାଉଥିଲେ। ମାତ୍ର ଭାରସାମ୍ୟ ହରାଇ ଆଙ୍କୋ ଛକଠାରେ ଅଭିଯୁକ୍ତଦ୍ୱୟ ବାଇକ୍‌ରୁ ପଡ଼ିଯିବାରୁ ସ୍ଥାନୀୟ ଲୋକେ ତାଙ୍କୁ କାବୁ କରିଥିଲେ। ଏହାପରେ ଲୁଟେରାଦ୍ୱୟଙ୍କୁ ନିର୍ଧୁମ୍‌ ମାଡ଼ ମାରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଅଭିଯୁକ୍ତଦ୍ୱୟ ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳର ପି. ଅଜୟ ଓ କୋଦଳା ଥାନା ଅଞ୍ଚଳର ପି. ସୁଭାସଙ୍କୁ ଗିରଫ କରିଥିଲେ। ତାଙ୍କଠାରୁ ଏକ ଆପାଚି ବାଇକ୍‌ (ନଂ. ଓଡ଼ି୦୨ବିସି-୮୩୭୮) ଜବତ ହୋଇଛି। ଏନେଇ ଏକ ମାମଲା (ନଂ. ୮୪/୧୯) ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri