ଲୁଟ୍‌ ଘଟଣାରେ ଜଣେ ଗିରଫ

ବିରିଡ଼ି, ୨୪।୧ (ଡି.ଏନ୍‌.ଏ.): ବିରିଡ଼ି ଥାନା ଅଧୀନ ଦଳେଇଘାଇଠାରେ ଏକ ଧାନ ବୋଝେଇ ଟ୍ରକ (ନଂ.-ଓଆର୍‌-ଏଭି-୧୮୩୯) ଡ୍ରାଇଭରଙ୍କଠାରୁ ହୋଇଥିବା ଲୁଟ୍‌ ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ନିକଟସ୍ଥ ମଧ୍ୟ ଶାସନ ଗ୍ରାମର ପ୍ରକାଶ ଚନ୍ଦ୍ର ସ୍ବାଇଁଙ୍କ ପୁଅ ତପନ କୁମାର (୩୦)।
ପ୍ରକାଶ ଯେ, ଜଗତ୍‌ସିଂହପୁର ବ୍ଲକ ଆଳିପିଙ୍ଗଳରୁ ସମ୍ବଲପୁର ଯାଉଥିବା ଧାନ ବୋଝେଇ ଟ୍ରକ୍‌କୁ ଦଳେଇଘାଇ ନିକଠରେ ୪ ଜଣ ଯୁବକ ଅଟକାଇଥିଲେ। ଟ୍ରକ୍‌ ଡ୍ରାଇଭର ବୁଦ୍ଧିଆ ରାଉତଙ୍କୁ ଛୁରୀ ଦେଖାଇ ତାଙ୍କଠାରୁ ଟଙ୍କା, ପର୍ସ ଓ ଗାଡ଼ିର କାଗଜପତ୍ର ଛଡ଼ାଇ ନେଇଥିଲେ। ଏ ନେଇ ସେ ବିରିଡ଼ି ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ୬/୨୦ ନଂ.ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଥାନା ସୂତ୍ରର ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri