ଲୁଣାନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ: ୨ ଯୁବକ ମୃତ, ୨ ଆହତ

ନିଶ୍ଚିନ୍ତକୋଇଲି,୯।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ତରତ୍‌ ହନୁମାନ ଗଡ଼ା ନିକଟରେ ଥିବା ଲୁଣାନଦୀରେ ବୁଡ଼ି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ଗାଧୋଇବାକୁ ଯାଇଥିବା ବେଳେ ଉଭୟ ବୁଡ଼ି ଯାଇଥିବା ସୂଚନା ମିଳିଛି। ମୃତକଦ୍ୱୟ ହେଲେ ଲିଟୁ ସାମଲା(୨୧) ଏବଂ ଜିତେନ୍ଦ୍ର ପାଲ(୨୧)। ତେବେ ଘଟଣାରେ ୨ଜଣ ଆହତ ମଧ୍ୟ ହୋଇଛନ୍ତି। ଆହତଦ୍ୱୟ ହେଲେ ହୃଷିକେଶ ନାୟକ ଓ ଚନ୍ଦ୍ରକାନ୍ତ ବିଶ୍ୱାଳ। ସେମାନଙ୍କୁ ଚିକିତ୍ସା ପାଇଁ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ମାହାଙ୍ଗା ଥାନା ଦୁଲାରପୁର ଗ୍ରାମର ୪ଜଣ ଯୁବକ ସାଙ୍ଗ ହୋଇ ନଦୀରେ ଗାଧୋଉଥିଲେ। ଏହି ସମୟରେ ୨ଜଣ ବୁଡ଼ି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିଲେ। ହେଲେ ଅନ୍ୟ ୨ଜଣଙ୍କ ଚିକିତ୍ସା ଜାରି ରହିଛି। ନିଶ୍ଚିନ୍ତକୋଇଲି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ପଠାଇଛି। ଏଥିସହ ଘଟଣାରେ ଅପମୃତ୍ୟୁ ମାମଲା(୨/୨୦) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri