ଲୁଣିଘେରି ଭାଙ୍ଗି କ୍ଷେତରେ ପଶିଲା ସମୁଦ୍ର ପାଣି

କେନ୍ଦ୍ରାପଡ଼ା ଅଫିସ, ୨୦ା୫: ସାମୁଦ୍ରିକ ଝଡ ଅମ୍ଫନ୍‌ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇଛି। ଗତ ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା ପବନ ବୁଧବାର ଉଗ୍ରରୂପ ଧାରଣ କରିଛି। ଘଣ୍ଟାକୁ ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବା ସହ ତୁହାକୁ ତୁହା ବର୍ଷା ହୋଇଛି। ଫଳରେ ଜିଲାର ହାଇ ଆଲର୍ଟରେ ଥିବା ରାଜନଗର ଓ ମହାକାଳପଡା ବ୍ଲକ ଅଞ୍ଚଳରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡିବା ସହ କଚ୍ଚାଘର ଭାଙ୍ଗଛି। ଏଥିସହିତ ରାଜନଗର ଓ ମହାକାଳପଡା ବ୍ଲକ ଅଞ୍ଚଳରେ ଲୁଣି ଘେରି ଭାଙ୍ଗି ସମୁଦ୍ର ପାଣି ନିକଟସ୍ଥ ଗ୍ରାମର କ୍ଷେତରେ ମାଡିଯାଇଛି। ପାଟଶାଳା ନଦୀ ଘେରି ଭାଙ୍ଗି ଈଶ୍ୱରପୁର ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମକୁ ପାଣି ପଶିଛି। ଏଠାରେ ଥିବା ଗ୍ରାମବାସୀ ଜଳବନ୍ଦୀରେ ଅଛନ୍ତି। ଖରିନାସୀ ନଦୀ ଉଛୁଳି ନିକଟସ୍ଥ ଗ୍ରାମରେ ପାଣି ପଶିଛି। ତାଳଚୁଆ ଥାନା ମଧ୍ୟକୁ ପାଣି ପଶିଛି। ପବନ ମାଡରେ ଗଛ ଉପୁଡିବା ଫଳରେ ବିଦ୍ୟୁତ୍‌ ସେବା ଓ ଗମନାଗମନ ପଥ ବନ୍ଦ ହୋଇଛି। ରାଜନଗର ବ୍ଲକ ସାତଭାୟା ଗ୍ରାମର କୋଇଲି ବେହେରା (୫୭)ଙ୍କ ଏହି ସମୟରେ ସ୍ବାସ୍ଥ୍ୟଗତ କାରଣରୁ ମୃତ୍ୟୁ ହୋଇଛି। ପବନର ବେଗ କମିବା ପରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌, ଅଗ୍ନିଶମ ବାହିନୀ ପ୍ରମୁଖଙ୍କ ସହ ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ବହୁ ସାମାଜିକ କର୍ମୀ ଯାତାୟାତ ପଥ ପରିଷ୍କାର କରୁଛନ୍ତି। ଅମ୍ଫନ୍‌ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସମୁଦ୍ର ତଟବର୍ତ୍ତୀ ୨୯ ପଞ୍ଚାୟତରୁ ପ୍ରାୟ ୪୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଏବେ ଘରକୁ ଫେରିବା ଆରମ୍ଭ କରିଛନ୍ତି। ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ନେଇ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହା ସଫଳ ହୋଇଛି। ସାତଭାୟାର ବୃଦ୍ଧା କୋଇଲିଙ୍କ ସ୍ବାସ୍ଥ୍ୟଗତ କାରଣରୁ ମୃତ୍ୟୁ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ତାଙ୍କ ପରିବାରକୁ ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ୧୦ ହଜାର ଟଙ୍କା ସହାୟତା ଦିଆଯାଇଛି। ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରାଯାଇ ସ୍ବାଭାବିକ ଚଳଣି ପାଇଁ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?