ଲୁଦୁ ଜଳପ୍ରପାତ: ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଦାବି

କୋଟଗଡ଼,୩ା୧(ଡି.ଏନ୍‌.ଏ.)- ସରକାର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଲାଗି ବହୁ ଟଙ୍କା ଖର୍ଚ୍ଚ କରୁଛନ୍ତି। କନ୍ଧମାଳ ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ରହିଛି। ଏହାର ବିକାଶ ଲାଗି ବହୁ ଟଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଖର୍ଚ୍ଚ କରାଯାଉଛି। କିନ୍ତୁ ଆହୁରି ଅନେକ ପର୍ଯ୍ୟଟନସ୍ଥଳୀ ରହିଛି, ଯାହାକୁ ଜିଲା ପ୍ରଶାସନ କିମ୍ବା ସରକାରଙ୍କ ପକ୍ଷରୁ ଦୃଷ୍ଟି ଦିଆଯାଉ ନାହିଁ। ଫଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଯଦି ଏଥିପ୍ରତି ସରକାର ଦୃଷ୍ଟି ଦିଅନ୍ତେ ସେଠାକୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଯାଇପାରନ୍ତେ। ତାହା ମଧ୍ୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇପାରନ୍ତା। ଏଭଳି ଏକ ସ୍ଥାନ କନ୍ଧମାଳ ଜିଲା କୋଟଗଡ ବ୍ଲକଠାରୁ ୨୫ କି.ମି. ଦୂର ସୁବର୍ଣ୍ଣଗିରି ପଞ୍ଚାୟତ ଜାକେସିଠାରେ ରହିଛି । ତାହା ହେଲା ଲୁଦୁ ଜଳପ୍ରପାତ। ଏହାକୁ ଦେଖିବାକୁ ରାଜ୍ୟ ତଥା ବାହାରୁ ବହୁ ପର୍ଯ୍ୟଟକ ବିଭିନ୍ନ ସମୟରେ ଆସିଥାନ୍ତି। ସୁନ୍ଦର ପ୍ରାକୃତିକ ପରିବେଶ ସହ ଜଳପ୍ରପାତର ମଜାନେବା ପାଇଁ ପରିବାର ସହ ଆସି ଏଠାରେ ବଣଭୋଜି କରିଥାନ୍ତି। ମାଓବାଦୀ ପ୍ରବଣ ଅଞ୍ଚଳ ହୋଇଥିଲେ ମଧ୍ୟ ସୁନ୍ଦର ଶୋଭାରାଜିକୁ ଉପଭୋଗ କରିବାକୁ ବିଦେଶୀ ପର୍ଯ୍ୟଟକମାନେ ମଧ୍ୟ ବୁଲିବାକୁ ଆସନ୍ତି। ମାତ୍ର ଏଠାରେ ପର୍ଯ୍ୟଟକମାନଙ୍କ ପାଇଁ ଆନୁଷଙ୍ଗିକ ସୁବିଧାସୁଯୋଗ ନାହିଁ। ରାନ୍ଧିବା ଓ ଖାଇବା ପାଇଁ ପିଣ୍ଡି ନିର୍ମାଣ ସହ ପାନୀୟଜଳ ଓ ପାର୍କିଂ ବ୍ୟବସ୍ଥା ନାହିଁ। ସ୍ଥାନୀୟ ପ୍ରଶାସନ ଜଳପ୍ରପାତ ପ୍ରତି ଯଦି ଦୃଷ୍ଟି ଦିଅନ୍ତେ, ତାହେଲେ ପର୍ଯ୍ୟଟକମାନେ ବଣଭୋଜି କରିବା ସହ ବିଶ୍ରାମ ନେଇପାରନ୍ତେ। ଏଠାକୁ ଆହୁରି ଅଧିକ ପର୍ଯ୍ୟଟକ ଆସନ୍ତେ। ତେଣୁ ଲୁଦୁ ଜଳପ୍ରପାତକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବା ପାଇଁ ସୁବର୍ଣ୍ଣଗିରି ପଞ୍ଚାୟତର ପୂର୍ବତନ ସରପଞ୍ଚ ପରାଶର ପାଟ୍ଟମାଝି ଓ ଏସ୍‌ସି ଏସ୍‌ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷା ସୁରେଖା ପାଟ୍ଟମାଝି ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri