Posted inଜାତୀୟ

ଲୋକଗୀତ ଗାଇ ପୁଅକୁ ଶେଷ ବିଦାୟ ଦେଲେ ମା’

ରାଜନନ୍ଦଗାଁ,୩।୧୧: ମା’ ସବୁବେଳେ ମା’। କୁହାଯାଏ ସେ ସର୍ବଂସହା। ସନ୍ତାନ ପାଇଁ ମା’ ସବୁକିଛି କରିପାରେ। ଏମିତିକି ନିଜ ଜୀବନକୁ ବାଜି ବି ଲଗାଇପାରେ। ଛତିଶଗଡ଼ ରାଜନନ୍ଦଗାଁରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଯାହା ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ସୁଜର ତିଓ୍ବାରୀ(୩୦) ଜଣେ ଲୋକଗୀତ ଗାୟକ ଥିଲେ। ତାଙ୍କର ଇଚ୍ଛା ଥିଲା ଶେଷ ସମୟରେ ତାଙ୍କ ନିକଟରେ ‘ଚୋଲା ମାଟି କେ ରାମ’ ଲୋକଗୀତ ଗାନ କରାଯିବ। ଏକଥା ସେ ଆଗରୁ ସମସ୍ତଙ୍କୁ କହି ଆସୁଥିଲେ। ଶନିବାର ତାଙ୍କର ଅସମୟରେ ମୃତ୍ୟୁ ହୋଇଯାଇଥିଲା। ସବୁ କୋହକୁ ଛାତିରେ ଚାପିଧରି ଲୋକଗୀତ ଗାୟୀକା ତଥା ସୁରଜଙ୍କ ମା’ ପୁନମ ତିଓ୍ବାରୀ ପୁଅର ଶେଷ ଇଚ୍ଛା ପୁରଣ କରିଥିଲେ। ପୁଅର ଶେଷ ଯାତ୍ରା ପୂର୍ବରୁ ସେ ତାଙ୍କ ନିକଟରେ ତାଙ୍କର ପ୍ରିୟ ଲୋକଗୀତ ଗାଇ ଥିଲେ। ପୁନମ ‘ଚୋଲା ମାଟି କେ ରାମ’ ଲୋକଗୀତକୁ ମଞ୍ଚ ଉପରେ ବହୁବାର ଗାଇ ସାରିଥିଲେ ବି ପୁଅଙ୍କ ଅନ୍ତିମ ଯାତ୍ରା ସମୟରେ ଯେତେବେଳେ ଗାଇଥିଲେ ସେତେବେଳେ ସେଠାରେ ଉପସ୍ଥିତ ଥିବା ଲୋକେ କୋହ ସମ୍ବରଣ କରି ପାରି ନ ଥିଲେ। ଆଉ ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ସୁରଜ ହୃଦରୋଗରେ ପୀଡିତ ଥିବା ବେଳେ କିଛିଦିନ ହେବ ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲୁଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତାଙ୍କର ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri