‘ଲୋକଙ୍କୁ କାମ ଯୋଗାଇବାକୁ ଯୋଜନା କର’

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ଦେଢ଼ମାସରୁ ଊର୍ଦ୍ଧ୍ୱ କାଳ ଧରି ଲୋକମାନେ ଘରେ ବସି ରହିଛନ୍ତି। ଏଭଳିସ୍ଥିତିରେ ଲୋକମାନଙ୍କୁ ଯେପରି ଅଧିକରୁ ଅଧିକ କାମ ଯୋଗାଇ ଦିଆଯାଇପାରିବ ସେନେଇ ନିଜ ଅଧୀନରେ ଥିବା ବିଭାଗଗୁଡ଼ିକରେ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତିରିକ୍ତ ମୁଖ୍ୟଶାସନ ସଚିବ, ବିଭାଗୀୟ ସଚିବ, ଓ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି ଅର୍ଥନୀତିକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ୩ଟି ଅଧ୍ୟାଦେଶ ଆଣିବେ। ଏଥିସହିତ ଗ୍ରାମ୍ୟ ଅର୍ଥନୀତିକୁ ସଶକ୍ତ କରିବା ପାଇଁ ଅଧିକ ପାଣ୍ଠି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭିଡିଓ କନଫରେନ୍ସ ଜରିଆରେ ରାଜ୍ୟର କୋଭିଡ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ବେଳେ କହିଛନ୍ତି।
ବହୁ ସଂଖ୍ୟାରେ ପ୍ରବାସୀ ଓଡ଼ିଆ ରାଜ୍ୟକୁ ଫେରୁଛନ୍ତି। ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରଗୁଡ଼ିକର ପରିଚାଳନା ଓ ଲୋକମାନଙ୍କୁ ରୋଜଗାର ଯୋଗାଇ ଦେବା ପାଇଁ ଅର୍ଥନୀତିକୁ ଚଳଚଞ୍ଚଳ କରିବାକୁ ହେବ। ଏଥିପାଇଁ ମାନବିକତା ଏବଂ ବୃତ୍ତିଗତ ଦକ୍ଷତା ସହ କଠିନ ପରିସ୍ଥିତିର ମୁକାବିଲା କରିବାକୁ ପଡ଼ିବ। କରୋନା ଲଢ଼େଇ ଏକ ଲମ୍ବା ଯୁଦ୍ଧ। କୋଭିଡ୍‌ ମୁକାବିଲାରେ ସମାଜର ସକ୍ରିୟ ଅଂଶ ଗ୍ରହଣ ସହିତ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ ବର୍ତ୍ତମାନ ପରିସ୍ଥିତିରେ ଅଧିକ ସଶକ୍ତ କରିବାର ଆବଶ୍ୟକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଗଞ୍ଜାମ ଭଳି ଅନ୍ୟ ଜିଲାରେ ଥିବା ଅସ୍ଥାୟୀ ଶିବିରଗୁଡ଼ିକର ଅନ୍ତେବାସୀଙ୍କୁ କୋଭିଡ୍‌ ରୋଗ ସମ୍ପର୍କରେ ତାଲିମ ଦିଆଯିବା ଦରକାର। ଯେପରି କି ସଙ୍ଗରୋଧରୁ ବାହାରିବା ପରେ ସେମାନେ କୋଭିଡ୍‌ ସ୍ବେଚ୍ଛାସେବୀଭାବେ ସମାଜକୁ ସେବା ଯୋଗାଇ ଦେଇ ପାରିବେ। ଏଥିପାଇଁ ଏକ ସଂକ୍ଷିପ୍ତ ସାର୍ଟିଫିକେଟ କୋର୍ସ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଏକ ସପ୍ତାହ ମଧ୍ୟରେ ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବଲାଙ୍ଗୀରରେ କୋଭିଡ୍‌ କେୟାର ସେଣ୍ଟର ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ। ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳା, ପ୍ରସୂତି, ଶିଶୁ ଭିନ୍ନକ୍ଷମ ଓ ବୟସ୍କ ଲୋକଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ଏବଂ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ(ପିପିଇ) ଏବଂ ଅନ୍ୟାନ୍ୟ ମେଡିକାଲ ଉପକରଣ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବର୍ତ୍ତମାନ ରବି ଧାନ ଅମଳ ଆରମ୍ଭ ହୋଇଛି। ସାର, ବିହନ ଓ ଅନ୍ୟାନ୍ୟ ଜରୁରୀ କୃଷି ଉପକରଣ ଯୋଗାଣ ମଧ୍ୟ ଆରମ୍ଭ ହୋଇଛି। ଚାଷୀଙ୍କ ପାଇଁ ହେଲ୍‌ପ ଲାଇନ କାର୍ଯ୍ୟ କରୁଛି। ମତ୍ସ୍ୟ, କୁକୁଡ଼ା, ଉଦ୍ୟାନ କୃଷି କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଛି। ସ୍ବୟଂ ସହାୟକ ଗୋଷ୍ଠୀ କୋଭିଡ୍‌ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ମିଶନ ଶକ୍ତି ନିର୍ଦ୍ଦେଶିକା କହିଥିଲେ। ମିଶନ ଶକ୍ତିର ମହିଳାମାନେ ୫୦ଲକ୍ଷରୁ ଅଧିକ ମାସ୍କ ପ୍ରସ୍ତୁତ କରିଥିବାବେଳେ ସେଥିରୁ ୪୨ ଲକ୍ଷ ବଣ୍ଟନ କରାଯାଇଛି। ସେହିପରି ମାଗଣା ରନ୍ଧାଖାଦ୍ୟ କାର୍ଯ୍ୟକ୍ରମରେ ୧.୬କୋଟି ମିଲ୍‌ ଯୋଗାଇଛନ୍ତି। ଏଥିସହିତ ସେମାନେ ହସ୍ପିଟାଲ ଖାଦ୍ୟ ଯୋଗାଣ, ମାଛ ଚାଷ , କୃଷି, ପରିବାରଗୁଡିକୁ ସିଧା ସଳଖ ରାଶନ ଯୋଗାଣ ଆଦି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୩୦୦କୋଟି ଟଙ୍କା ବିନା ସୁଧରେ ଦିଆଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି। ଶ୍ରମଭିତ୍ତିକ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରାଯିବ ବୋଲି ସୂଚନା ଦିଆଯାଇଛି। ଆଗାମୀ ୧ ମାସ ମଧ୍ୟରେ ଦିନକୁ ୧ଲକ୍ଷ ଲୋକଙ୍କୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସାମିଲ କରାଯିବ। ଲକ୍‌ଡାଉନ ସମୟରେ ଆଇନ୍‌ ଶୃଙ୍ଖଳା ବଜାୟ ରଖିବା ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ପୋଲିସ ମହାନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟଶାସନ ସଚିବ ଓ ବିଭିନ୍ନ ବିଭାଗର ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri