ଲୋକଙ୍କ କାମରେ ଲାଗୁନି ଶିଶୁ ପାର୍କ: ଜିଲାପାଳଙ୍କୁ ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ ଦାବିପତ୍ର

ଆନନ୍ଦପୁର,୩୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରବାସୀଙ୍କ ଦୀର୍ଘ ଦିନର ଦାବି ପରେ ବିଆର୍‌ଜିଏଫ୍‌ (ପଛୁଆ ଅଞ୍ଚଳ ଅନୁଦାନ ପାଣ୍ଠି) ଯୋଜନାରେ ପ୍ରାୟ ୧ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏକ ଶିଶୁ ପାର୍କ ନିର୍ମାଣ କରାଯାଇଥିଲା। ଏହି ପାର୍କ ନିର୍ମାଣ କାର୍ଯ୍ୟ ଶେଷ ହୋଇ ଚଳିତବର୍ଷ ସାଧାରଣ ନିର୍ବାଚନ ପୂର୍ବରୁ ଆନନ୍ଦପୁର ପୌରପରିଷଦ ପକ୍ଷରୁ ଉଦ୍‌ଘାଟନ କରାଯାଇଥିଲା। ହେଲେ ଅଦ୍ୟାବଧି ଏହି ପାର୍କ ବ୍ୟବହାର ନିମନ୍ତେ ଖୋଲାଯାଇ ନ ଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।
ଅନ୍ୟପକ୍ଷରେ ଶିଶୁ ପାର୍କରେ ହୋଇଥିବା ନିର୍ମାଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ଘଟଣାକୁ ନେଇ ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି। ପାର୍କ ଖୋଲାଯିବା ସହ ଏହାର ନିର୍ମାଣ କାର୍ଯ୍ୟରେ ହୋଇଥିବା ବ୍ୟାପକ ଅନିୟମିତତାର ତଦନ୍ତ ଦାବିରେ ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ ବୁଧବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି। ଏ ନେଇ ଆଗାମୀ ୧୫ ଦିନ ମଧ୍ୟରେ ପ୍ରଶାସନ ଉଚିତ୍‌ ପଦକ୍ଷେପ ଗ୍ରହଣ ନ କଲେ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଆନନ୍ଦପୁର ପ୍ରେସ୍‌ କ୍ଲବ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି। ଏଥିରେ କ୍ଲବ ସଭାପତି ଗୋପାଳକୃଷ୍ଣ ରାଉତ, ସମ୍ପାଦକ ସନ୍ତୋଷ କୁମାର ରାଉତ, ବରିଷ୍ଠ ଖବରଦାତା ସୁବାସ ମହାପାତ୍ର, ନାରାୟଣ ପଣ୍ଡା, ଲୋକନାଥ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri