ଲୋକଙ୍କ ଘର ମୁହଁରୁ ସଂଗ୍ରହ ହେବ ବନଜାତ ଦ୍ରବ୍ୟ

ନୂଆପଡା ଅଫିସ,୧୩ା୫: ମହାମାରୀ କରୋନା ପରିସ୍ଥିତିର ମୁକାବିଲା ପାଇଁ ସମଗ୍ର ଦେଶ ଲକ୍‌ ଡାଉନ୍‌ ରହିଛି। ଏହାଦ୍ୱାରା ଜନଜୀବନ ପ୍ରଭାବିତ ହୋଇଛି। ବଣଜଙ୍ଗଲରେ ବସବାସ କରୁଥିବା ଗରିବ ପରିବାର ବନଜାତ ଦ୍ରବ୍ୟ ସଂଗ୍ରହ କରୁଥିଲେ ବି ବିକି ପାରୁ ନାହାନ୍ତି। ଏଣୁ ଏମାନଙ୍କ ପରିବାର ଚଳିବାରେ ଅସୁବିଧା ହେଉଛି। ପିଲାଛୁଆଙ୍କୁ ଭୋକ ଉପାସରେ ଦିନ କାଟିବାକୁ ପଡୁଛି। ନୂଆପଡ଼ା ଜିଲା ପ୍ରଶାସନ ଏହା ହୃଦୟଙ୍ଗମ କରି ପାରିଛି। ଏହି ଦୁର୍ଦ୍ଦିନରେ ବନଜାତ ଦ୍ରବ୍ୟ ସଂଗ୍ରହକାରୀ ବଣମୁଲକର ଲୋକଙ୍କ ଜୀବନ ଜୀବିକାରେ ସହାୟକ ହେବାକୁ ଜିଲା ପ୍ରଶାସନ ହାତ ବଢାଇଛି। ଏମାନଙ୍କ ମୁହଁରେ ଦାନା ଯୋଗାଇବାକୁ ପ୍ରୟାସ ମଧ୍ୟ ଆରମ୍ଭ କରିଛି। ସେମାନଙ୍କ ଘର ମୁହଁକୁ ଯାଇ ବନଜାତ ଦ୍ରବ୍ୟ କିଣିବାକୁ ସ୍ବତନ୍ତ୍ର ବ୍ୟବସ୍ଥା ଆରମ୍ଭ କରିଛି। ଏଥିପାଇଁ ବୁଧବାର ଜିଲାପାଳ ମଧୁସ୍ମିତା ସାହୁ ପତାକା ଦେଖାଇ ୨ଟି ରଥର ଶୁଭାରମ୍ଭ କରିଛନ୍ତି। ଜିଲାପାଳଙ୍କ ସହ ଅଞ୍ଜନ କୁମାର ପଣ୍ଡା, ଜିଲା ମଙ୍ଗଳ ଅଧିକାରୀ ସନ୍ଧ୍ୟା ମାଝି ପ୍ରମୁଖ ଉପସ୍ଥିତ ଥିଲେ। ଏହି ରଥ ଜିଲାର ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କଠାରୁ ବନଜାତ ଦ୍ରବ୍ୟ ସଂଗ୍ରହ କରିବ। ଏଥିରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା ସହଯୋଗ କରିବେ। ଲୋକେ ଯେଭଳି କୌଣସି ଦ୍ୱନ୍ଦ୍ୱରେ ନ ପଡ଼ିବେ ସେଥିପାଇଁ ମୋଟ ୪୯ଟି ବନଜାତ ଦ୍ରବ୍ୟର ମୂଲ୍ୟ ତାଲିକା ଏହି ରଥରେ ଝୁଲା ଯାଇଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri