ଲୋକଙ୍କ ପାଖରେ ପହଞ୍ଚିଲା ଲୋକାୟୁକ୍ତ

ବ୍ରହ୍ମପୁର ଅଫିସ,୧୮ା୮-ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲଏସ୍‌ଓ) ତରଫରୁ ହିଲପାଟଣାସ୍ଥିତ ସାଂସ୍କୃତିକ ଭବନରେ ଶନିବାର ଲୋକାୟୁକ୍ତ ଆଇନ-୨୦୧୪କୁ ନେଇ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ଓଡ଼ିଶା ଲୋକାୟୁକ୍ତ ସଦସ୍ୟ (ବିଚାରପତି) ଜଷ୍ଟିସ୍‌ ବି.କେ. ନାୟକ, ମୁଖ୍ୟଅତିଥି ଭାବେ ଲୋକାୟୁକ୍ତ ଅଧ୍ୟକ୍ଷ ଜଷ୍ଟିସ୍‌ ଅଜିତ୍‌ ସିଂ, ସମ୍ମାନିତ ଅତିଥି ଲୋକାୟୁକ୍ତ ସଦସ୍ୟ ଡ. ଆର.ପି. ଶର୍ମା, ଗଞ୍ଜାମ ଜିଲା ଦୌରାଜଜ୍‌ ତଥା ଡିଏଲଏସ୍‌ଓ ଅଧ୍ୟକ୍ଷ ବିଭୁ ପ୍ରସାଦ ରାଉତରାୟ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଏସ୍‌ପି ପିନାକ୍‌ ମିଶ୍ର ଓ ଲୋକାୟୁକ୍ତ ସଚିବ ମାନସ ତ୍ରିପାଠୀ ମଞ୍ଚାସୀନ ଥିଲେ । ଜଷ୍ଟିସ୍‌ ସିଂ କହିଛନ୍ତି, ସମାଜରେ ଦୁର୍ନୀତି ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଶେଷକରି ସରକାରୀ ଓ ପ୍ରଶାସନିକ କ୍ଷେତ୍ରରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି।
ଜନସାଧାରଣ ବ୍ୟକ୍ତିଗତ ସ୍ବାର୍ଥରୁ ଊର୍ଦ୍ଧ୍ୱରେ ରହିଲେ ସମାଜରୁ ଆପେ ଆପେ ଦୁର୍ନୀତି ହଟିଯିବ ବୋଲି ଜଷ୍ଟିସ୍‌ ନାୟକ କହିଛନ୍ତି ।
ସରକାରୀ କର୍ମଚାରୀ ଓ ଲୋକ ପ୍ରତିନିଧିଙ୍କ ବିରୋଧରେ ସାଧାରଣ ଲୋକ ଏବେ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିପାରିବେ। ଏଥିପାଇଁ ଖୁବଶୀଘ୍ର ଅନଲାଇନ ୱେବସାଇଟ୍‌ କାର୍ଯ୍ୟକ୍ଷମ ହେବ ବୋଲି ସେ କହିଥିଲେ। ।
ଡିଏଲଏସ୍‌ଓ ସଚିବ ବିଭୁ ପ୍ରସାଦ ରାଉତରାୟ ଅତିଥି ପରିଚୟ ଦେବା ସହ ପ୍ରାରମ୍ଭିକ ସୂଚନା ଦେଇଥିଲେ। ପରେ ଲୋକାୟୁକ୍ତ ଅଧ୍ୟକ୍ଷ ଓ ସଦସ୍ୟମାନେ ଏକ ସାମ୍ବାଦିକ ସମ୍ମିଳନୀରେ ଲୋକାୟୁକ୍ତର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ଏବେ ଲୋକାୟୁକ୍ତ ନିକଟରେ ନୂତନ ଭାବେ ୨୧୬ ଅଭିଯୋଗ ଦାଖଲ ହୋଇଛି। ସେଥିମଧ୍ୟରୁ ୧୯୦ ମାମଲାର ସମାଧାନ କରାଯାଇଛି । ଏଥିରେ ବିଭିନ୍ନ ସଂଗଠନର କର୍ମକର୍ତ୍ତା, ସଚେତନ ନାଗରିକ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri