ଲୋକଙ୍କ ସମସ୍ୟା ବୁଝିବାକୁ ୯ କି.ମି. ଚାଲିଲେ ବିଡିଓ

ଦଶପଲ୍ଲା,୨୨ା୧୦(ଡି.ଏନ.ଏ.): ରାଜ୍ୟ ସରକାର ଚଳିତମାସ ୨ ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫-ଟି ଆଧାରରେ ରାଜନେତାଠାରୁ ଆରମ୍ଭ କରି ଉଚ୍ଚ ପଦାଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ କାର୍ଯ୍ୟ କରୁଛନ୍ତି। ଲୋକଙ୍କ ନିକଟତର ହୋଇ ସେମାନଙ୍କ ସୁବିଧାଅସୁବିଧା ବୁଝିବା ଉଦ୍ଦେଶ୍ୟରେ ଏହି ପ୍ରୟାସ ଆରମ୍ଭ ହୋଇଛି। ଏହି କ୍ରମରେ ସୋମବାର ନୟାଗଡ଼ ଜିଲା ଦଶପଲ୍ଲା ବିଡିଓ ଦେବୀ ପ୍ରସାଦ ମହାନ୍ତି ଲୋକଙ୍କ ସମସ୍ୟା ବୁଝିବା ପାଇଁ ବଣଜଙ୍ଗଲ ମଧ୍ୟରେ ୯କି.ମି. ଚାଲିଥିଲେ। ତାଙ୍କ ସହ ବିଭିନ୍ନ ବିଭାଗୀୟ ଅଧିକାରୀ ଆଦିବାସୀ ଅଧ୍ୟ୍ୟୁଷିତ ଟାକେରା ପଞ୍ଚାୟତର ପାନାବାରୀ ଓ ତାବେରା ଗ୍ରାମକୁ ଚାଲି ଚାଲି ଯାଇଥିଲେ। ସକାଳ ୮ଟା ୪୦ରେ ସେମାନେ ବାହାରି ପୂର୍ବାହ୍ନ ୧୧ଟାରେ ଉକ୍ତ ସ୍ଥାନରେ ପହଞ୍ଚତ୍ଥିଲେ। ବିଡିଓ ଉକ୍ତ ୨ଗୋଟି ଗ୍ରାମର ବାସିନ୍ଦାଙ୍କୁ ଏକତ୍ରିତ କରି ଏକ ସଭା କରିଥିଲେ। ସଭାରେ ଲୋକମାନଙ୍କର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସମ୍ପର୍କରେ ଅବଗତ ହେବା ସହ ତୁରନ୍ତ ଏହାର ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗମନାଗମନ ପାଇଁ ରାସ୍ତାଟିଏ ନ ଥିବାରୁ ସେଥିପାଇଁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରି ବ୍ୟୟ ଅଟକଳ ମଞ୍ଜୁର କରାଇବାକୁ ବିଡିଓ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଅଧିକାରୀମାନେ ସେଠାରୁ ୫ଟାରେ ବାହାରି ସନ୍ଧ୍ୟା ୭ଟାରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ବିଡିଓଙ୍କର ଏହି ପଦକ୍ଷେପକୁ ସବୁ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri