ଲୋକେ ପିଉଛନ୍ତି ଗୋଳିଆ ପାଣି

ଗଣିଆ, ୧୧।୮(ଡି.ଏନ.ଏ.)-ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାରଙ୍କ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ପ୍ରକଳ୍ପ ନିର୍ମାଣ,ମରାମତି ଓ ରକ୍ଷଣାବେକ୍ଷଣ ପାଇଁ ରାଜକୋଷରୁ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ହେଲେ ପ୍ରକଳ୍ପଗୁଡିକର ନିର୍ମାଣ କାର୍ଯ୍ୟ ନିମ୍ନମାନର କରାଯିବା ସହ ରକ୍ଷଣାବେକ୍ଷଣ ଓ ମରାମତି ଅଭାବ ଯୋଗୁ କେଉଁଠି ପାନୀୟ ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇପଡିରହିଛି ତ ଆଉ କେଉଁଠି ପାଇପ୍‌ରେ ଗୋଳିଆ ପାଣି ଆସୁଥିବା ଦେଖିବାକୁ ମିଳୁଛି ।

ବ୍ୟତିକ୍ରମ ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତର ଈଶ୍ୱରପୁର,ମସ୍କାଝୋଲା ଓ ବେଣ୍ଟପଡା ଗ୍ରାମରେ ଦେଖିବାକୁ ମିଳିଛି । ଏହି ୩ଟି ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଈଶ୍ୱରପୁର ଗ୍ରାମର ମହାନଦୀ କୂଳରେ ଏକ ଇନଟେକ୍‌ ୱେଲ ନିର୍ମାଣ କରାଯାଇଛି । ଗତ ୮ ବର୍ଷ ତଳେ ଇନଟେକ୍‌ ୱେଲ ନିକଟରେ ଜଳ ବିଶୋଧନ ପାଇଁ ଷ୍ଟେନର ପକାଯାଇଥିବା କାର୍ଯ୍ୟ ନିମ୍ନମାନର ହୋଇଛି। ଏଥିଯୋଗୁ ଷ୍ଟେନର ଠିକ୍‌ ଭାବେ କାର୍ଯ୍ୟକରୁ ନ ଥିବା ଦେଖାଯାଇଛି । ଫଳରେ ଗତ ୩ ବର୍ଷ ଧରି ବର୍ଷାଋତୁରେ ମହାନଦୀରେ ବନ୍ୟାଜଳ ଆସିଲେ ଲୋକଙ୍କୁ ସେହି ଗୋଳିଆ ପାଣି ହିଁ ଯୋଗାଣ କରାଯାଉଛି । ଏହି ପାଣି ପିଇବା ଦ୍ୱାରା ଲୋକମାନେ ଝାଡାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ଗୋଳିପାଣିକୁ ବିଶୁଦ୍ଧ ଓ ସଫା କରିବା ପାଇଁ ବ୍ଲିଚିଂ ଓ ଆଲମ ପକାଇବାର ବ୍ୟବସ୍ଥା ଥିଲେ ମଧ୍ୟ ଏଥିପ୍ରତି ବିଭାଗୀୟ ଅଧିକାରୀ କିମ୍ବା ପଞ୍ଚାୟତ କର୍ତ୍ତୃପକ୍ଷ କେହି ଧ୍ୟାନ ଦେଉ ନ ଥିବା କୁହନ୍ତି ବେଣ୍ଟପଡା ଗ୍ରାମର ଭାଗୀରଥି ବେହେରା । ଏ ସମ୍ପର୍କରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ଶୁଭ୍ରାଶୁଂ ରଣାଙ୍କୁ ପଚାରିବାରୁ ବର୍ଷାଋତୁରେ ମରାମତି କରିବା ସମ୍ଭବପର ନୁହେଁ । ଇନଟେକ୍‌ ୱେଲ୍‌ରେ ବ୍ଲିଚିଂ ଓ ଆଲମ ପକାଇବା ପାଇଁ ସ୍ଥାନୀୟ ସରପଞ୍ଚଙ୍କ ସହ ଆଲୋଚନା କରାଯିବ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri