ଲୋକ ସଭା ନିର୍ବାଚନ ଲଢ଼ିବେ ନାହିଁ ଭକ୍ତ ଦାସ

ଭବାନୀପାଟଣା,୩ା୧୦(ଡି.ଏନ.ଏ.): ଆଉ ମୁଁ ଲୋକ ସଭା ନିର୍ବାଚନ ଲଢିବି ନାହିଁ। ବିଧାନସଭା ନିର୍ବାଚନ ଲଢିବା ପାଇଁ ଆଶାବାଦୀ ଅଛି। ଲୋକଙ୍କ ସମସ୍ୟା ସମାଧାନ ପାଇଁ ମୁଁ ସଂଗ୍ରାମ କରିବି ବୋଲି ପୂର୍ବତନ ଏମ୍‌ପି ଭକ୍ତଚରଣ ଦାସ କହିଛନ୍ତି। ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଲେ, ପଶ୍ଚିମ ଓଡିଶାରେ ଆଞ୍ଚଳିକ ବୈଷମ୍ୟ ଦେଖାଦେଇଛି। ପଶ୍ଚିମ ଓଡିଶାରେ ସ୍ବତନ୍ତ୍ର ରାଜଧାନୀ ଓ କେବିକେ ବିକାଶ ପରିଷଦ ଗଠନ କରିବା ପାଇଁ ମୁଁ ଦାବି କରୁଛି।
କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଗତ ୧୪ ତାରିଖରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାର ସମସ୍ତ ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦିଆଯାଉ। ସେମାନଙ୍କୁ ଫାଶୀଖୁଣ୍ଟରେ ଝୁଲାଇ ଦିଆଯାଉ ବୋଲି ଭକ୍ତ ଏହି ଅବସରରେ ଦାବି କରିଥିଲେ। ସେ କହିଲେ, ଯଦି ଏଭଳି ଜଘନ୍ୟକାଣ୍ଡର ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦିଆ ନ ଯାଏ, ତା’ହେଲେ ସମାଜରେ ଏଭଳି ଘଟଣା ବାରମ୍ବାର ଘଟୁଥିବ। ହିଂସ୍ର ଏବଂ ଅମାନବୀୟ କାର୍ଯ୍ୟରେ ଲିପ୍ତଥିବା ଅଭିଯୁକ୍ତଙ୍କୁ ଉପଯୁକ୍ତ ଶାସ୍ତି ନ ଦେଲେ ସମାଜରେ ବାରମ୍ବାର ଏହି ଘଟଣାର ପୁନରାବୃତ୍ତି ହେବ। ତେଣୁ ପୋଲିସ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ସମସ୍ତ ତଥ୍ୟ ପ୍ରମାଣ ସଂଗ୍ରହ କରିବାକୁ ଦାସ ଆହ୍ବାନ କରିଥିଲେ। ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ ଭକ୍ତ କହିଥିଲେ, ଆଞ୍ଚଳିକ ବୈଷମ୍ୟ ପାଇଁ କୋଶଳ ଆନ୍ଦୋଳନ ଦୀର୍ଘବର୍ଷ ଧରି ଚାଲିଛି। ଆଞ୍ଚଳିକ ବୈଷମ୍ୟ ଦୂର କରିବା ନିମନ୍ତେ ରାଜ୍ୟ ଓ କେନ୍ଦ୍ର ସରକାର ଉଚିତ ପଦକ୍ଷେପ ନ ନେଲେ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିବ। ଏହି ଖବରଦାତା ସମ୍ମିଳନୀରେ କଂଗ୍ରେସ ଜିଲା ସଭାପତି ଭାରତ ଭୂଷଣ ବେମାଲ, ରାଜ୍ୟ ଛାତ୍ର କଂଗ୍ରେସର ମହମ୍ମଦ ମହସିନ୍‌, ପୂର୍ବତନ ବ୍ଲକ ଅଧ୍ୟକ୍ଷା ମାଣିକ୍ୟ ସୁନା, ଜିଲା ଆଦିବାସୀ ସେଲର ସଭାପତି ପରମାନନ୍ଦ ମାଝି, ସାଧାରଣ ସମ୍ପାଦକ ଉତ୍ସବ ସାହୁ, ଅନୱର ଭାରତୀ, ସିଦ୍ଧାର୍ଥ ନାୟକ, ତ୍ରିଲୋଚନ ପାଣିଗ୍ରାହୀ, ନିମାଞ୍ଚଳ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri