Posted inଜାତୀୟ

ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍‌ ଏୟାର ହେଲା ‘ନମୋ ଟିଭି’

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଅଫ୍‌ ଏୟାର ହୋଇଯାଇଛି ‘ନମୋ ଟିଭି’। ମାର୍ଚ୍ଚ ୩୧ରୁ ଅନ୍‌ ଏୟାର ହୋଇଥିବା ଏହି ଚ୍ୟାନେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୁରୁଣା ଭାଷଣ ଓ ଭାଜପା ସହ ସମ୍ପର୍କିତ ସାମଗ୍ରୀକୁ ପ୍ରସାରଣ କରାଯାଉଥିଲା। ମେ ୧୭କୁ ଏହି ଚ୍ୟାନେଲର ପ୍ରସାରଣ ବନ୍ଦ ହୋଇଯାଇଥିବା ଜଣାପଡ଼ିଛି। ଏନେଇ ସୂଚନା ଦେଇଛନ୍ତି ଡାଇରେକ୍ଟ ଟୁ ହୋମ୍‌(ଡିଟିଏଚ୍‌)ର ଦୁଇ ବରିଷ୍ଠ ଅଧିକାରୀ। ନମୋ ଚ୍ୟାନେଲର ପ୍ରସାରଣ ଦୁଇ-ତିନି ଦିନ ପୂର୍ବରୁ ବନ୍ଦ ହୋଇଯାଇଛି ବୋଲି ଡିଟିଏଚ୍‌ ବରିଷ୍ଠ ଅଧିକାରୀ କହିଛନ୍ତି। ସେହି ସମୟରେ ଭାଜପା ସଂଚାଳିତ କରୁଥିବା ଇଣ୍ଟରନେଟର ସିଗ୍‌ନାଲ ମିଳିବା ବନ୍ଦ ହୋଇଯାଇଥିଲା ବୋଲି ସେ କହିଛନ୍ତି। ଅନ୍ୟ ଅଧିକାରୀଙ୍କ କହିବା ଅନୁସାରେ, ମେ ୧୭କୁ ୭ମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପ୍ରଚାର ସରିଥିବା ଯୋଗୁ ଏହାର ପ୍ରସାରଣ ବନ୍ଦ ହୋଇଥିଲା। ଏହାର ସତ୍ୟତା ଜାଣିବା ପାଇଁ ଭାଜପା ସୋସିଆଲ ମିଡିଆର ମୁଖ୍ୟ ମାଲବୀୟଙ୍କୁ ପ୍ରଶ୍ନ କରାଯାଇଥିଲା। ଯେଉଁଦିନ ସମସ୍ତ ନିର୍ବାଚନ ପ୍ରଚାର ଶେଷ ହୋଇଥିଲା ସେହି ଦିନ ପ୍ରସାରଣ ବନ୍ଦ ହୋଇଥିଲା ବୋଲି ମାଲବୀୟ କହିଛନ୍ତି। ଏଥିସହ ଭାଜପା ଡିଟିଏଚ୍‌କୁ ୨ ମାସ ପର୍ଯ୍ୟନ୍ତ ପ୍ରୋଗ୍ରାମ ପ୍ରସାରିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଏଥିପାଇଁ ପ୍ରତିମାସ ୨୫ଲକ୍ଷ ଟଙ୍କା ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri