ଲୋକ ସଭା ସଦସ୍ୟଙ୍କ ବୁଦ୍ଧିଜୀବୀ ସମ୍ମିଳନୀ

କୋମନା,୨୯।୮(ଡି.ଏନ.ଏ.) ନୂଆପଡା ଜିଲା କୋମନାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର କବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଲୋକ ସଭା ସଦସ୍ୟ ବସନ୍ତ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଅଞ୍ଚଳର ବିକାଶ ପାଇଁ ପ୍ରତେକ ବୁଦ୍ଧିଜୀବୀଙ୍କ ମତାମତକୁ ଗୁରତ୍ୱାରୋପ କରିଥିଲେ। ଏହି ସମ୍ମିଳନୀରେ ସମ୍ମାନିତ ଅତିଥି ଭାବେ କୋମନା ବ୍ଲକ ଅଧ୍ୟକ୍ଷ ମନୋଜ କୁମାର ମିଶ୍ର, ସଦସ୍ୟତା ଜିଲା ପ୍ରମୁଖ ହୋମସିଂ ମାଝି, ପୂର୍ବତନ କୋମନା ସରପଞ୍ଚ ସଦନ ତିଓ୍ବାରୀ, କୋନାବିରା ସରପଞ୍ଚ ଈଶ୍ୱର ନାଏକ, ସାମାଜିକ କର୍ମୀ ଈଶ୍ୱର ସାହୁ, ନୂଆପଡା ନ୍ୟାଶନାଲ କଲେଜ ଅବସରପ୍ରାପ୍ତ ଅଧ୍ୟକ୍ଷ ଟିକେଶ୍ୱର ଭୋଇ, ଅବସରପ୍ରାପ୍ତ ଶିକ୍ଷକ ଗଙ୍ଗାଧର ହୋତା, କୋମନା ପଞ୍ଚାୟତ ସମିତି କଲେଜ ଅଧ୍ୟକ୍ଷ ସିଦ୍ଦେଶ୍ୱର ସାହୁ ପ୍ରମୁଖ ଯୋଗଦେଇଥିଲେ। ମଞ୍ଚାସୀନ ଅତିଥଙ୍କୁ ଉପଡୌକନ ଦେଇ ସମ୍ମାନିତ କରିବା ପରେ ଅଞ୍ଚର ବିକାଶ ପାଇଁ ନିଜ ମତାମତ ପ୍ରଦାନ କରିଥିଲେ । ଏହା ପରେ କୋମନା ଅଞ୍ଚଳର ବିଭିନ୍ନ ସମସ୍ୟାଗୁଡିକର ସମାଧାନ ନିମନ୍ତେ ବୁଦ୍ଧିଜୀବୀ ତରଫରୁ ୯ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। କୋମନାଠାରେ ନିର୍ମାଣାଧୀନ କଲ୍ୟାଣ ମଣ୍ଡପକୁ ସମ୍ପୂର୍ଣ୍ଣକରିବା, କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର ନିଯୁକ୍ତି ଦେବା, ଯୁକ୍ତ ୩ ବିଜ୍ଞାନ କଲେଜ ସ୍ଥାପନ ଓ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବା ଭଳି ପ୍ରମୁଖ ଦାବି ଉପରେ ଅବଗତ କରାଯାଇଥିଲା। ସମ୍ମିଳନୀକୁ ଶରତ ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ଭାଜପା କାର୍ଯ୍ୟକର୍ତ୍ତା ଈଶ୍ୱର ଚନ୍ଦ୍ର ପଟେଲ, କରୁଣା ହୋତା ,ମନିଜର ଆର୍ଯ୍ୟ, ପୀତାମ୍ବର ନାଗ, ଚନ୍ଦନ ଠାକୁର, ଅର୍ଜୁନ ଜଗତ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri