ଲୋଡର୍‌ ଚାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶ୍ରମିକଙ୍କ ଆନ୍ଦୋଳନ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୧।୧୦(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍‌ସିଏଲ୍‌ର ଚିଙ୍ଗୁଡିଗୁଡା ରେଲ୍‌ଓ୍ବେ ସାଇଡିଂରେ ଗୁରୁବାର ରାତିରେ ଜଣେ ଲୋଡର୍‌ ଚାଳକଙ୍କୁ ସାପ କାମୁଡି ଦେଇଥିଲା । ଏଥିରେ ଚାଳକ ରାଧେ ଯାଦବ(୨୯) ଗୁରୁତର ହୋଇଥିଲେ। ଚିକିତ୍ସା ପାଇଁ ତାଙ୍କୁ ବେଲପାହାଡ ଟାଟା କ୍ରୋସାକୀ ହସ୍ପିଟାଲ ପରେ ଝାରସୁଗୁଡ଼ା ଓ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଖବରପାଇ ବୁର୍ଲା ଫାଣ୍ଡି ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛି । ମୃତ୍ୟୁ ଖବର ପ୍ରଚାର ହେବା ପରେ ଚିଙ୍ଗୁଡିଗୁଡା ରେଲ୍‌ଓ୍ବେ ସାଇଡିଂ ଶ୍ରମିକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। କ୍ଷତିପୂରଣ ଦାବିରେ ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି । କମ୍ପାନୀ କର୍ତ୍ତୃପକ୍ଷ ପହଞ୍ଚି ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri